ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ଗ୍ରାମର ଟୁକୁନା ପାହାଣ ନାମକ ଜଣେ ଯୁବକଙ୍କ ସଲୀଳ ସମାଧୀ ଘଟିଛି। ମୃତ ଟୁକୁନା ସବୁ ଦିନ ଭଳି ଗାଁ ପୋଖରୀକୁ ଗାଧୋଇବା ପାଇଁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରି ନଥିଲେ। ଯାହା ଫଳରେ ପରିବାର ଲୋକେ ବହୁ ଖୋଜାଖୋଜି କରି ମଧ୍ୟ ସନ୍ଧାନ ପାଇ ନଥିଲେ।
ପରବର୍ତ୍ତୀ ସମୟରେ ଉକ୍ତ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଗାଁ ଲୋକେ ଦେଖି ପରିବାର ଲୋକଙ୍କୁ ଜଣାଇବା ପରେ ତାଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


