Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%
ଆଜିର ଖବର

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Plus Two first merit list released

ଭୁବନେଶ୍ଵର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ, ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ଇ-ନାମଲେଖାର ପ୍ରଥମ ପର୍ଯ୍ୟାୟ ମନୋନୟନ ପ୍ରକ୍ରିୟା ଶେଷ ହୋଇଛି। ଏଥିରେ ମୋଟ ୪,୬୧,୩୨୫ ଆବେଦନକାରୀଙ୍କ ମଧ୍ୟରୁ ପ୍ରାୟ ୯୩.୦୪ ପ୍ରତିଶତ ଅର୍ଥାତ୍ ୪,୨୯,୨୧୯ ଛାତ୍ରଛାତ୍ରୀ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ମନୋନୀତ ଶିକ୍ଷାର୍ଥୀଙ୍କ ମଧ୍ୟରେ କଳାରେ ୨,୭୬,୯୨୫, ବିଜ୍ଞାନରେ ୧,୨୧,୪୯୪, ବାଣିଜ୍ୟରେ ୧୯,୮୪୪, ଉପଶାସ୍ତ୍ରୀରେ ୬,୧୩୪, ଧନ୍ଦାମୂଳକ ଶିକ୍ଷାରେ ୪,୮୨୨ ଜଣ ରହିଛନ୍ତି।

ସେହିଭଳି ୨,୦୦,୪୯୩ ଛାତ୍ର ଥିବାବେଳେ ୨,୨୮,୬୭୫ ଛାତ୍ରୀ ଏବଂ ୫୧ ଜଣ ଅନ୍ୟାନ୍ୟ ବର୍ଗର ଛାତ୍ରଛାତ୍ରୀ ଅଛନ୍ତି। ଏଥିସହ ମୋଟ ମନୋନୀତଙ୍କ ମଧ୍ୟରୁ ୨, ୭୪,୪୫୪ ଜଣଙ୍କୁ ସେମାନଙ୍କର ପ୍ରଥମ ପସନ୍ଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମିଳିଥିବା ବେଳେ ୩୨,୧୦୬ ଜଣ ପ୍ରଥମ ପର୍ଯ୍ୟାୟରେ ଅନୁପଯୁକ୍ତ ରହି ଦ୍ୱିତୀୟ ଓ ସ୍ପଟ୍ ସିଲେକ୍ସନ ପାଇଁ ସୁଯୋଗ ପାଇବେ। ବିଭିନ୍ନ ବିଭାଗର କଟ୍-ଅଫ୍ ମାର୍କକୁ ଦେଖିଲେ, କଟକର ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଳାରେ ୮୧%, ବାଣିଜ୍ୟରେ ୮୨.୪୦% ଏବଂ ବିଜ୍ଞାନରେ ସର୍ବାଧିକ ୯୩.୪୦% କଟ୍-ଅଫ୍ ସହ ଶୀର୍ଷରେ ରହିଛି। ଯେଉଁଠି ଧନ୍ଦାମୂଳକ ଶିକ୍ଷାରେ କଳାହାଣ୍ଡି ଧର୍ମଗଡ଼ର ସରକାରୀ ଭୋକେସନାଲ୍ ବିଦ୍ୟାଳୟ ୭୪.୬୭%, ଉପଶାସ୍ତ୍ରୀରେ କନ୍ଧମାଳ ଚକାପାଦର ଗୁରୁକୁଳ ସଂସ୍କୃତ ବିଦ୍ୟାଳୟ ୫୭% ନିଜ ନିଜ ବର୍ଗରେ ଆଗୁଆ ରହିଛନ୍ତି।

ଏହାସହ ବିଏସଇ ଓଡ଼ିଶାରୁ ଆବେଦନ କରିଥିବା ୪,୨୬,୪୦୬ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩,୯୫,୬୮୧ ଜଣ ଏହି ରାଉଣ୍ଡରେ ସ୍ଥାନ ପାଇଛନ୍ତି। ଆସନ୍ତା ଜୁଲାଇ ୨୩ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଶ୍ରେଣୀ ଗୃହ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବା ଜଣାପଡ଼ିଛି।

ପ୍ରଥମ ପର୍ଯ୍ୟାୟ ନାମଲେଖା ମନୋନୀତ ହାର ମେରିଟ ଲିଷ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026
Latest News

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.