ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାର କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡା ଜଙ୍ଗଲ ନିକଟରେ ଭୋର ସମୟରେ ଏକ ଚିପ୍ସ ବୋଝେଇ ଟ୍ରକ ଉପରକୁ ଗୁଳିମାଡ଼ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ୪ ଜଣ ଦୁର୍ବୃତ୍ତ ଟ୍ରକକୁ ଟାର୍ଗେଟ କରି ଗୁଳି ଚଳାଇଥିଲେ। ଏହି ଘଟଣାରେ ଅଞ୍ଚଳରେ ଆତଙ୍କର ପରିବେଶ ସୃଷ୍ଟି ହୋଇଛି।
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ଘଟିଥାଇପାରେ। ତେବେ ଘଟଣାର ପ୍ରକୃତ କାରଣ ସମ୍ପର୍କରେ ପୋଲିସ ପକ୍ଷରୁ କୌଣସି ସରକାରୀ ସ୍ପଷ୍ଟୀକରଣ ମିଳିନାହିଁ।
ଖବର ପାଇ କୁତ୍ରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଘଟଣାସ୍ଥଳରୁ ବିଭିନ୍ନ ପ୍ରମାଣ ସଂଗ୍ରହ କରାଯାଉଥିବା ବେଳେ, ଦୁର୍ବୃତ୍ତମାନଙ୍କୁ ଚିହ୍ନଟ ଓ ଗିରଫ କରିବା ପାଇଁ ପୋଲିସ ତଦନ୍ତକୁ ଜୋରଦାର କରିଛି।
ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିଥିବା ବେଳେ, ପୋଲିସର ତଦନ୍ତ ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।


