ଭୁବନେଶ୍ୱର: ଆସନ୍ତା ଜୁଲାଇ ୧୬ରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ଘୋଷଯାତ୍ରାରେ ସାମିଲ ହେବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ଅବସରରେ ଘୋଷଯାତ୍ରାକୁ ଅଧିକ ଶୃଙ୍ଖଳିତ ଓ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ସେବାୟତମାନଙ୍କ ସହ ଉତ୍ତମ ସମନ୍ୱୟ ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


