ଭୁବନେଶ୍ଵର: ଲୋକ ଭବନଠାରେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟିଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟରେ ଜାରି ରହିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସହ ଓଡ଼ିଶାର ସମୃଦ୍ଧି ଦିଗରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ୱନ୍ଧରେ ଆଲୋଚନା ହୋଇଥିଲା।


