Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ
ଆଜିର ଖବର

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ
ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳମାନଙ୍କର ନାମର ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ସଂକ୍ରାନ୍ତରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ସମସ୍ତ ଜିଲ୍ଳାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଜାରି କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟ ସରକାର ୨୨ ଜୁନ୍ ୨୦୨୬ ତାରିଖରେ ଓଡ଼ିଆ ଉଚ୍ଚାରଣ ସହ ସାମଞ୍ଜସ୍ୟ ରଖି ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକର ଇଂରାଜୀ ବନାନ ସଂଶୋଧନ କରି ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହି ସଂଶୋଧନ କେବଳ ଇଂରାଜୀ ବନାନ ସମ୍ବନ୍ଧୀୟ ଏବଂ ପ୍ରଶାସନିକ ଏକକଗୁଡ଼ିକର ନାମରେ କୌଣସି ପରିବର୍ତ୍ତନ କରାଯାଇନାହିଁ।

ଏହି ପରିପ୍ରେକ୍ଷୀରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲିଖିତ ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ ଦସ୍ତାବିଜ, ପତ୍ରାଚାର, ଅଧିସୂଚନା, ଅଭିଲେଖ, ୱେବସାଇଟ୍, ପୋର୍ଟାଲ୍, ବିଜ୍ଞାପନ ତଥା ନାମଫଳକ ଓ ଅନ୍ୟାନ୍ୟ ସରକାରୀ ବ୍ୟବହାରରେ ଅନିବାର୍ଯ୍ୟ ଭାବେ ପ୍ରୟୋଗ କରାଯିବ। ଏଥିସହ ଜିଲ୍ଲାସ୍ତରର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍ଥାନୀୟ ସଂସ୍ଥା ଓ ସମ୍ପୃକ୍ତ ଅନୁଷ୍ଠାନଗୁଡ଼ିକୁ ଏହି ସଂଶୋଧିତ ବନାନର ସମ୍ପୂର୍ଣ୍ଣ ବ୍ୟବହାର ସୁନିଶ୍ଚିତ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ କୁହାଯାଇଛି। ଏଥିସହିତ ଏ ସମ୍ପର୍କରେ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ବଳିତ କାର୍ଯ୍ୟନୁଷ୍ଠାନ ରିପୋର୍ଟ୍ ଉପରୋକ୍ତ ଚିଠି ପାଇବାର ପନ୍ଦର ଦିନ ମଧ୍ୟରେ ବିଭାଗକୁ ପ୍ରେରଣ କରିବାକୁ କୁହାଯାଇଛି।  ସେହିପରି ସମ୍ପୃକ୍ତ ପ୍ରଶାସନିକ ଏକକ ଗୁଡିକରେ ବ୍ୟବସାୟିକ ଓ ବେସରକାରୀ ସଂସ୍ଥାମାନଙ୍କୁ ସଂଶୋଧିତ ଇଂରାଜୀ ବନାନ୍ ଅନୁଯାୟୀ ନିଜର ନାମଫଳକ ପରିବର୍ତ୍ତନ କରିବାକୁ ଛଅ ମାସର ସମୟ ପ୍ରଦାନ କରାଯାଇଛି।

ରାଜସ୍ୱ ସଚିବ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି ଯେ, ସଂଶୋଧିତ ଇଂରାଜୀ ବନାନର ସମ୍ପୂର୍ଣ୍ଣ ବ୍ୟବହାର ଦ୍ୱାରା ରାଜ୍ୟର ଭାଷାଗତ ଓ ସାଂସ୍କୃତିକ ପରିଚୟର ସୁରକ୍ଷା ସହିତ ସମସ୍ତ ସରକାରୀ ଅଭିଲେଖ ଓ ପ୍ରଶାସନିକ କାର୍ଯ୍ୟରେ ସମାନତା ଓ ସଠିକତା ବଜାୟ ରହିବ।

ତ୍ଵରିତ କାର୍ଯ୍ୟକାରୀ ପ୍ରଶାସନିକ ଏକକ ରାଜସ୍ୱ ବିଭାଗ ସଂଶୋଧିତ ଇଂରାଜୀ ବନାନ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026
Latest News

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.