ଭୁବନେଶ୍ଵର: ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିଠାରେ ଆୟୋଜିତ ବିଶାଳ ‘ମିଶ୍ରଣ ପର୍ବ’ ଓ ରାଲିରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


