Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର
ଆଜିର ଖବର

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର

July 29, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷାଜନିତ ସୃଷ୍ଟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟସରକାର ତଥା ସମସ୍ତ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସହ ସାଧାରଣ ଲୋକେ ପ୍ରଶାସନିକ ସେବା ଏବଂ ସହାୟତା ନେଇ ସୁରକ୍ଷିତ ରହିବାକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏଥିସହିତ ସମସ୍ତ ଜିଲ୍ଲାପ୍ରଶାସନ ଏବଂ ଅନ୍ୟାନ୍ୟ ବିଭାଗମାନଙ୍କୁ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ନିମନ୍ତେ ସମନ୍ଵିତ ହୋଇ କାର୍ଯ୍ୟ କରିବାକୁ ମାନ୍ୟବର ମନ୍ତ୍ରୀ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଆନନ୍ଦପୁର ଏବଂ ଆଖୁଆପଦାଠାରେ ବୈତରଣୀ ଏବଂ ଜଳକା ନଦୀରେ ଜଳପତ୍ତନସ୍ତର ବୃଦ୍ଧି ପାଇ ବିପଦସ୍ତରଠୁଁ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ କେତେକ ସ୍ଥାନରେ ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖା ନଦୀର ଜଳପତ୍ତନ ସ୍ତର ଚିନ୍ତାଜନକ ରହିଛି। ଗତ ଚବିଶ ଘଣ୍ଟାରେ ବାଲେଶ୍ବର ଜିଲ୍ଲାରେ ସର୍ବାଧିକ ବୃଷ୍ଟିପାତ ହୋଇଥିଲା ବେଳେ ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ମଧ୍ୟ ବର୍ଷା ଯୋଗୁଁ ଅନେକ ଅଞ୍ଚଳ ପ୍ରଭାବିତ ହୋଇଛି।

ଏହି ପରିପ୍ରେକ୍ଷୀରେ ଆସନ୍ତା ୧୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ ଥିବାରୁ ଏହି ସବୁ ଜିଲ୍ଲାରେ ଜଳସ୍ତର ବୃଦ୍ଧି ଉପରେ ନଜର ରଖିବା ପାଇଁ ରାତିସାରା ଏସଆରସି କାର୍ଯ୍ୟାଳୟ ଖୋଲା ରଖିବାକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି।  ମାନ୍ୟବର ମନ୍ତ୍ରୀ କହିଛନ୍ତି ଯେ, ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଏନଡିଆରଏଫ୍ ଏବଂ ଓଡ୍ରାଫ୍ ଟିମ୍ ମୁତୟନ ଥିବାବେଳେ ସମସ୍ତ ଜିଲ୍ଲାପାଳ ଓ ବିଡିଓଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପୋଲିସ୍ ବିଭାଗ ପକ୍ଷରୁ ରାତ୍ରିକାଳୀନ ପେଟ୍ରୋଲିଂ ସହ ଶିଶୁ ଏବଂ ମହିଳାମାନଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ମହିଳା ପୋଲିସ ମଧ୍ୟ ନିୟୋଜିତ ହୋଇଛନ୍ତି। ଆଶ୍ରୟସ୍ଥଳୀ ମାନଙ୍କରେ ସାଧରଣଲୋକଙ୍କୁ ରନ୍ଧାଖାଦ୍ୟ ସହ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ଯୋଗାଇ ଦିଆଯାଉଛି। ବନ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ ହେଲେ ସେମାନଙ୍କ ବାସଗୃହ ଏବଂ ଧନସମ୍ପତ୍ତିର ସୁରକ୍ଷା ନିମନ୍ତେ ପୋଲିସ୍ ବିଭାଗ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗ, ପଶୁସମ୍ପଦ ବିଭାଗ ଓ ଅନ୍ୟ ସମସ୍ତ ବିଭାଗକୁ ପ୍ରସ୍ତୁତ ରଖାଯାଇଥିବାବେଳେ ଗୃହପାଳିତ ପଶୁମାନଙ୍କ ସୁରକ୍ଷା ବ୍ୟବସ୍ଥା ସହ ସେମାନଙ୍କ ପାଇଁ ପର୍ଯ୍ୟାପ୍ତ ଗୋଖାଦ୍ୟ ମହଜୁଦ ରଖାଯାଇଛି। ସର୍ପାଘାତକୁ ଦୃଷ୍ଟିରେ ରଖି ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ଔଷଧ ଏବଂ ଇଞ୍ଜେକସନ୍ ମହଜୁଦ ରହିଛି।

ଏହି ପରିପ୍ରେକ୍ଷୀରେ ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସହ ଲୋକମାନେ ଭୟଭୀତ ନହୋଇ ସତର୍କ ଓ ସୁରକ୍ଷିତ ରହିବାକୁ ନିବେଦନ କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେହିପରି ବନ୍ୟା ଯୋଗୁଁ କ୍ଷତିଗ୍ରସ୍ତ ବାସଗୃହ ଅଥବା ଚାଷଜମି ନିମନ୍ତେ ଜନସାଧାରଣଙ୍କୁ ତ୍ଵରିତ କ୍ଷତିପୂରଣ ପ୍ରଦାନ କରିବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷ ୨୪ × ୭ ପରିସ୍ଥିତି ଉପରେ ନଜର ରଖିଥିବା ବେଳେ ନିୟମିତ ଜିଲ୍ଲା ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ସହ ଯୋଗାଯୋଗରେ ରହିଛି। ଏଥିସହିତ ବନ୍ୟା ମୁକାବିଲା, ପ୍ରସ୍ତୁତି, ସ୍ଥାନାନ୍ତରଣ, ଜନସାଧାରଣଙ୍କ ସୁରକ୍ଷା ଏବଂ ସାମଗ୍ରିକ ସୁବ୍ୟବସ୍ଥିତ ପରିଚାଳନା ସୁନିଶ୍ଚିତ କରିବା ନିମନ୍ତେ ତିନି ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ଦାୟିତ୍ଵ ଦିଆଯାଇଛି। ଭଦ୍ରକ ଜିଲ୍ଲା ନିମନ୍ତେ ସୁଧାଂଶୁ ମୋହନ ସାମଲ, ବାଲେଶ୍ବର ଜିଲ୍ଲା ନିମନ୍ତେ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଯାଜପୁର ଜିଲ୍ଲା ନିମନ୍ତେ ପି. ଅନ୍ୱେଷା ରେଡ୍ଡୀଙ୍କୁ ସ୍ଵତନ୍ତ୍ର ଭାବେ ଦାୟିତ୍ଵ ଦିଆଯାଇଛି।

ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପୋଲିସ୍ ଡିଜି ୱାଇ ବି ଖୁରାନିଆ, ଅଗ୍ନିଶମ ବିଭାଗର ଡିଜି ସୁଧାଂଶୁ ଷଡ଼ଙ୍ଗୀ,ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ୍, ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ବନ୍ୟା ପରିସ୍ଥିତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଲଗାଣ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଦୀର୍ଘଦିନ ପରେ ଶ୍ରୀମନ୍ଦିରରୁ ବାହାରିଲା ନୀଳାଚଳ ଅବଢା

July 29, 2026

ଆଜି ଜୁଲାଇ ୨୯ ତାରିଖ ବୁଧବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2026

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

July 28, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

July 28, 2026
Latest News

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର

July 29, 2026

ଦୀର୍ଘଦିନ ପରେ ଶ୍ରୀମନ୍ଦିରରୁ ବାହାରିଲା ନୀଳାଚଳ ଅବଢା

July 29, 2026

ଆଜି ଜୁଲାଇ ୨୯ ତାରିଖ ବୁଧବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2026

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.