Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା
ଆଜିର ଖବର

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Rama Devi Women’s University Hosts AI Skill Development Workshop
Rama Devi Women’s University Hosts AI Skill Development Workshop

ଭୁବନେଶ୍ଵର: ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା (ଏଆଇ) ଉପରେ ଦକ୍ଷତା ବିକାଶ” କର୍ମଶାଳା ବୁଧବାର ଉଦ୍ଘାଟିତ ହୋଇଯାଇଛି। ଉକ୍ତ କର୍ମଶାଳାରେ ଉଚ୍ଚଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ଏହି କର୍ମଶାଳାରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଜ୍ୟୋତ୍ସ୍ନା କେ. ବି ରାଉତ, ଆଇଆଇଟି ମାଡ୍ରାସର ଶିକ୍ଷାବିତ୍ ଏସ. ନିଥି, ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ କାଳୀ ପ୍ରସନ୍ନ ମହାପାତ୍ର, ଅତିରିକ୍ତ ଶାସନ ସଚିବ ଧରଣୀଧର ନନ୍ଦ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଶିକ୍ଷା ଓ ପ୍ରଶାସନିକ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତା (ଏଆଇ)ର ଉପଯୋଗ, କୃତ୍ରିମ ବୁଦ୍ଧିମତା ଉପରେ ଉଚ୍ଚକୋଟୀର ଗବେଷଣା ଏବଂ ଛାତ୍ରଛାତ୍ରୀମାନଙ୍କ ଠାରୁ ଆରମ୍ଭ କରି ଶିକ୍ଷାବିତ୍, ଗବେଷକ, ପ୍ରଶାସନିକ ଅଧିକାରୀମାନେ କୃତ୍ରିମ ବୁଦ୍ଧିମତା କ୍ଷେତ୍ରରେ ଯେପରି ଦକ୍ଷ ହୋଇପାରିବେ ଏବଂ ଏହାର ସଠିକ କାର୍ଯ୍ୟାନ୍ଵୟନ କରିପାରିବେ, ସେ ଦିଗରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ।

ଉକ୍ତ କର୍ମଶାଳାର ପ୍ରଥମ ଦିନରେ କୃତ୍ରିମ ବୁଦ୍ଧିମତାର ବେସିକ୍ କନସେପ୍ଟ, ଶିକ୍ଷା ଓ ପ୍ରଶାସନିକ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ଉପଯୋଗିତା ଏବଂ ବିଭିନ୍ନ ଫ୍ରି ଏଆଇ ମୋବାଇଲ ଆପ୍ ସମ୍ବନ୍ଧରେ ପ୍ରଶିକ୍ଷାର୍ଥୀମାନଙ୍କୁ ଅବଗତ କରାଇବା ସହ ଏଆଇର ସଠିକ କାର୍ଯ୍ୟାନ୍ଵୟନ ଉପରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ସୂଚନାଯୋଗ୍ୟ ଯେ, ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ “କୃତ୍ରିମ ବୁଦ୍ଧିମତା ଦକ୍ଷତା ବିକାଶ କର୍ମଶାଳା” ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଠାରେ ଅନୁଷ୍ଠିତ ହେବ।

AI Skill Development Rama Devi Women’s University
Share. Facebook Twitter LinkedIn Email WhatsApp Copy Link

Related Posts

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Latest News

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.