ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରବିବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ୍ ବୈଠକରେ ୬ଟି ବିଭାଗ ସମ୍ପର୍କିତ ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଭିନ୍ନ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ପରେ ୧୧ଟି ପ୍ରସ୍ତାବକୁ ସରକାର ଅନୁମୋଦନ ପ୍ରଦାନ କରିଛନ୍ତି।
ଅନୁମୋଦନ ପାଇଥିବା ପ୍ରସ୍ତାବ ମଧ୍ୟରେ ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ଟି ପ୍ରସ୍ତାବ ସାମିଲ ରହିଛି।
ଏହି କ୍ୟାବିନେଟ୍ ନିଷ୍ପତ୍ତିଗୁଡ଼ିକ ରାଜ୍ୟର ବିଭିନ୍ନ କ୍ଷେତ୍ରର ବିକାଶ, ପ୍ରଶାସନିକ ସୁଦୃଢ଼ୀକରଣ ଓ ଜନସେବାକୁ ଅଧିକ ଗତିଶୀଳ କରିବ ବୋଲି ସରକାର ଆଶା ପ୍ରକାଶ କରିଛନ୍ତି।


