Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ
ଆଜିର ଖବର

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର :  ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ (ବିକେପିପିଇଆର୍) ବିକାଶ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ପ୍ରକଳ୍ପ ପ୍ରସ୍ତାବ ରିପୋର୍ଟ (ପିପିଆର୍)କୁ ସୋମବାର ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟି (ଏସ୍‌ଏଲ୍‌ପିଏମ୍‌ସି) ଅନୁମୋଦନ କରିଛି। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବାହ୍ୟ ସହାୟତାପ୍ରାପ୍ତ ପ୍ରକଳ୍ପ (ଇଏପି) ଅଧୀନରେ ଏହାକୁ କାର୍ଯ୍ୟକାରୀ କରିବା ନେଇ ବିସ୍ତୃତ ଆଲୋଚନା ହୋଇଥିଲା।

କେନ୍ଦ୍ର ସରକାରଙ୍କ ସିଟି ଇକୋନୋମିକ୍ ରିଜିଅନ୍ (ସିଇଆର୍) ଯୋଜନାର ପ୍ରଥମ ପର୍ଯ୍ୟାୟରେ ଦେଶର ଚାରିଟି ପାଇଲଟ୍ ଅର୍ଥନୈତିକ ଅଞ୍ଚଳ ମଧ୍ୟରୁ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳକୁ ଚୟନ କରାଯାଇଛି। ଏହି ପ୍ରକଳ୍ପ ପାଇଁ ୫,୦୦୦ କୋଟି ଟଙ୍କାର ପ୍ରାରମ୍ଭିକ ସହାୟତା ପ୍ରସ୍ତାବିତ ହୋଇଛି। ସେଥିମଧ୍ୟରୁ ୩,୫୦୦ କୋଟି ଟଙ୍କା (୭୦ ପ୍ରତିଶତ) ଏସୀୟ ବିକାଶ ବ୍ୟାଙ୍କ (ଏଡିବି) ଋଣ ଆକାରରେ ଏବଂ ଅବଶିଷ୍ଟ ୧,୫୦୦ କୋଟି ଟଙ୍କା (୩୦ ପ୍ରତିଶତ) କେନ୍ଦ୍ର ସରକାରଙ୍କ ସିଇଆର୍ ଯୋଜନାରୁ ମିଳିବ।

ପ୍ରକଳ୍ପର ମୁଖ୍ୟ ଲକ୍ଷ୍ୟ ହେଉଛି ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପକୁ ଏକ ସମନ୍ୱିତ ଅର୍ଥନୈତିକ ଅଞ୍ଚଳ ଭାବେ ବିକଶିତ କରି ବିନିଯୋଗ, ଶିଳ୍ପ, ପର୍ଯ୍ୟଟନ, ଲଜିଷ୍ଟିକ୍ସ, ବନ୍ଦରଭିତ୍ତିକ ଶିଳ୍ପ, ଜ୍ଞାନଭିତ୍ତିକ ଅର୍ଥନୀତି ଏବଂ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା। ଏହା ଓଡ଼ିଶା ଭିଜନ-୨୦୩୬ ଓ ୨୦୪୭ ଲକ୍ଷ୍ୟ ହାସଲ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ।

ପ୍ରସ୍ତାବିତ ବିକେପିପିଇଆର୍ ଅଞ୍ଚଳରେ ଖୋର୍ଦ୍ଧା, କଟକ, ପୁରୀ ଓ ଜଗତସିଂହପୁର ଜିଲ୍ଲାର ୧୯ଟି ପୌରାଞ୍ଚଳ ସାମିଲ ହୋଇଛି। ପ୍ରକଳ୍ପ ଅଧୀନରେ ସମନ୍ୱିତ ଆଞ୍ଚଳିକ ପରିବହନ ବ୍ୟବସ୍ଥା, ସ୍ମାର୍ଟ ଓ ଜଳବାୟୁ ଅନୁକୂଳ ସହରୀ ଭିତ୍ତିଭୂମି, ସାଧାରଣ ପରିବହନର ବିସ୍ତାର, ମଲ୍ଟିମୋଡାଲ ହବ୍, କର୍ମଜୀବୀଙ୍କ ପାଇଁ ଆବାସ, ଭୁବନେଶ୍ୱର ନୂତନ ସହର, ସହର ପୁନର୍ବିକାଶ, ନଦୀତଟ ଓ ଜଳାଶୟ ବିକାଶ, ବନ୍ଦରଭିତ୍ତିକ ଶିଳ୍ପ ସହ ଜ୍ଞାନ ଓ ସ୍ୱାସ୍ଥ୍ୟ ହବ୍ ବିକାଶ ଭଳି ବିଭିନ୍ନ ପଦକ୍ଷେପ ରହିଛି।

ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ ପରେ ଏହାକୁ ଅର୍ଥ ମନ୍ତ୍ରଣାଳୟର ଡିପାର୍ଟମେଣ୍ଟ ଅଫ୍ ଇକୋନୋମିକ୍ ଆଫେୟାର୍ସ (ଡିଇଏ) ପୋର୍ଟାଲରେ ଅପଲୋଡ୍ କରାଯାଇ ପରବର୍ତ୍ତୀ ମୂଲ୍ୟାଙ୍କନ ଓ ଚୂଡ଼ାନ୍ତ ଅନୁମୋଦନ ପ୍ରକ୍ରିୟା ଆରମ୍ଭ କରାଯିବ।

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଊଷା ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର, ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏସ୍‌ଏଲ୍‌ପିଏମ୍‌ସି ବିକେପିପିଇଆର୍ ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Latest News

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.