Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୩୮ ଆଇସିଡିଏସ୍‌ ପ୍ରକଳ୍ପରେ ଆରମ୍ଭ ହେଲା ନିର୍ଦ୍ଦିଷ୍ଟ ଦିନରେ ଛତୁଆ ମିଶ୍ରଣ ପ୍ରକ୍ରିୟା
ଆଜିର ଖବର

୩୩୮ ଆଇସିଡିଏସ୍‌ ପ୍ରକଳ୍ପରେ ଆରମ୍ଭ ହେଲା ନିର୍ଦ୍ଦିଷ୍ଟ ଦିନରେ ଛତୁଆ ମିଶ୍ରଣ ପ୍ରକ୍ରିୟା

August 23, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁ, ଗର୍ଭବତୀ ମହିଳା ଏବଂ ପ୍ରସୂତୀମା’ମାନଙ୍କୁ ଅତିରିକ୍ତ ପୁଷ୍ଟି ସାଧନ ପାଇଁ ଛତୁଆ ଯୋଗାଣ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଏବଂ ଉତ୍କୃଷ୍ଟ ମାନ ବଜାୟ ରଖିବା ଲକ୍ଷ୍ୟରେ ପ୍ରତି ମାସର ୨୩ ତାରିଖକୁ ଛତୁଆ ମିଶ୍ରଣ ପାଇଁ ସ୍ଥିର କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ସାରା ରାଜ୍ୟର ୩୩୮ଟି ଆଇସିଡିଏସ୍‌ ପ୍ରକଳ୍ପ ଅଧୀନରେ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ବାରା ଛତୁଆ ମିଶ୍ରଣ କରାଯାଇଛି । ପୂର୍ବରୁ ଜାରି କରାଯାଇଥିବା ସଂଶୋଧିତ ଗାଇଡ୍‌ ଲାଇନ୍‌ ଅନୁଯାୟୀ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ସିଡିପିଓ କିମ୍ବା ମିଶନ ଶକ୍ତିର ପ୍ରୋଗ୍ରାମ ଅଧିକାରୀମାନଙ୍କ ଉପସ୍ଥିତିରେ ନିର୍ଦ୍ଧାରିତ ପରିମାଣର ସାମଗ୍ରୀ ମିଶ୍ରଣ କରି ଛତୁଆ ପ୍ରସ୍ତୁତ କରାଯାଇଛି । ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ତରଫରୁ ପ୍ରତି ଜିଲ୍ଲାରେ ଚାଲିଥିବା ମିଶ୍ରଣ ପ୍ରକ୍ରିୟାରେ ସାମଗ୍ରୀର ମାନ, ଛତୁଆ ପ୍ରସ୍ତୁତି କେନ୍ଦ୍ରର ଭିତ୍ତିଭୂମି, ସ୍ବଚ୍ଛତା, ବ୍ୟବହୃତ ଯନ୍ତ୍ର ସାମଗ୍ରୀର ଗୁଣବତ୍ତା, ପ୍ୟାକେଜିଂ ପ୍ରଭୃତିକୁ ନିରୀକ୍ଷଣ ଏବଂ ତଦାରଖ କରାଯାଇଛି । କେଉଁଝର ଜିଲ୍ଲାରେ ଜିଲ୍ଲାପାଳ ଉପସ୍ଥିତ ରହି ଏହି ଛତୁଆ ମିଶ୍ରଣ କାର୍ଯ୍ୟର ତଦାରଖ କରିଥିଲେ ।  ସୂଚନାଯୋଗ୍ୟ, ଛତୁଆ ପ୍ରସ୍ତୁତି ପାଇଁ ରାଜ୍ୟର ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ୧ ବର୍ଷିଆ ଚୁକ୍ତିରେ ଚୟନ କରାଯାଇ ଛତୁଆ ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ତାଲିମ୍‌ ଦିଆଯାଇଛି । ଗହମ, ବାଦାମ, ବୁଟ ଏବଂ ଚିନିର ମିଶ୍ରଣରେ ପ୍ରସ୍ତୁତ ଛତୁଆକୁ ୬ ମାସରୁ ୩ ବର୍ଷ ବୟସର ଶିଶୁ, ଗର୍ଭବତୀ, ପ୍ରସୂତି ଏବଂ ୩ରୁ ୬ ବର୍ଷର ଅତିଶୟ ପୁଷ୍ଟିହୀନ ଶିଶୁମାନଙ୍କୁ ଶୁଖିଲା ଖାଦ୍ୟ ଭାବେ ଯୋଗାଇ ଦିଆଯାଉଛି । ଏଣିକି ପ୍ରତିମାସ ୧ ତାରିଖରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ମାତୃ କମିଟି ଓ ଯାଞ୍ଚ କମିଟି ଉପସ୍ଥିତିରେ ଛତୁଆ ବଣ୍ଟନ କରାଯିବ । ଛତୁଆ ମିଶ୍ରଣ ପାଇଁ ନିର୍ଦ୍ଧାରିତ ୨୩ ତାରିଖ ଛୁଟି ଦିନ ଥିଲେ ମଧ୍ୟ ସେହି ଦିନ ଛତୁଆ ମିଶ୍ରଣ କରାଯିବ । ଛତୁଆ ଯୋଗାଣ ପ୍ରକ୍ରିୟାରେ ଅଧିକ ସ୍ବଚ୍ଛତା ଆସିବା ସହ ହିତାଧିକାରୀମାନେ ଉନ୍ନତମାନର ଛତୁଆ ପାଇପାରିବେ ବୋଲି ମହିଳା ଓ ଶିଶୁବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଶାବ୍ୟକ୍ତ କରିବା ସହ ଏହି ପ୍ରକ୍ରିୟା ସହ ଜଡ଼ିତ ସବୁ ଅଧିକାରୀମାନେ ଗାଇଡ୍‌ ଲାଇନ୍‌ଣ ଅନୁପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.