Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଘରେ ଘରେ ତ୍ରିରଙ୍ଗା’: ଯୁବଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ‘ବାହ୍ୟଶକ୍ତିରୁ ଦୂରେଇ ରୁହ’
ଆଜିର ଖବର

‘ଘରେ ଘରେ ତ୍ରିରଙ୍ଗା’: ଯୁବଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ‘ବାହ୍ୟଶକ୍ତିରୁ ଦୂରେଇ ରୁହ’

August 9, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
CM reviews Twin City traffic and beautification plans
CM reviews Twin City traffic and beautification plans

ଭୁବନେଶ୍ୱର: ଦେଶପ୍ରେମର ଭାବନାକୁ ଆହୁରି ଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟରେ ଆରମ୍ଭ ହୋଇଛି ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ ଏବେ ଜନଆନ୍ଦୋଳନର ରୂପ ନେଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ରାଜଧାନୀର ହାତୀଆଶୁଣୀ ପଡ଼ିଆରେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, “ତ୍ରିରଙ୍ଗା ହେଉଛି ଆମ ପରିଚୟ ଓ ଆମ ସ୍ୱାଭିମାନ।” ଦେଶର ପ୍ରତ୍ୟେକ ଘରେ ତ୍ରିରଙ୍ଗା ଉଡ଼ାଇବାକୁ ସେ ଆହ୍ୱାନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ଏକତା ଯେକୌଣସି ବାହ୍ୟ ଶକ୍ତିକୁ ପରାସ୍ତ କରିପାରିବ। “ଯୁବଶକ୍ତିର ଏକ ହିଁ ସ୍ୱର—ସୁରକ୍ଷିତ ହେବ ଦେଶ ଆମର” ବୋଲି ସେ କହିଛନ୍ତି।

ଭାରତ ଦ୍ରୁତ ଗତିରେ ବିକାଶ କରୁଥିବାବେଳେ ଦେଶର ଅର୍ଥନୀତି ଚତୁର୍ଥ ସ୍ଥାନରେ ପହଞ୍ଚିଥିବା କଥା ମଧ୍ୟ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ। ଦେଶର ବିକାଶରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଶେଷ କରି ଯୁବପିଢ଼ି ଓ GEN-Zଙ୍କୁ ବାହ୍ୟଶକ୍ତିର ପ୍ରଭାବରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ।

ଡିଜିଟାଲ ଯୁଗରେ ସୋସିଆଲ ମିଡିଆର ଅପବ୍ୟବହାର ଓ ନିଶାଦ୍ରବ୍ୟର କୁପ୍ରଭାବ ଯୁବପିଢ଼ିକୁ ପଥଭ୍ରଷ୍ଟ କରୁଥିବା ସେ କହିଛନ୍ତି। ଦେଶର ଯୁବଶକ୍ତିକୁ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ସବୁବେଳେ ପ୍ରୟାସ କରୁଥିବା ବେଳେ ଯୁବକମାନେ ଦେଶବିରୋଧୀ କିମ୍ବା ବାହ୍ୟ ପ୍ରଭାବରୁ ସତର୍କ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ଯୁବପିଢ଼ିଙ୍କ ରକ୍ତରେ ଭଗତ ସିଂହ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ବୀରତ୍ୱ ରହିଛି। କୌଣସି ବାହ୍ୟଶକ୍ତି ଦେଶର ଯୁବଶକ୍ତିକୁ ଦୁର୍ବଳ କରିପାରିବ ନାହିଁ ବୋଲି ସେ ଦୃଢ଼ତାର ସହ କହିଛନ୍ତି।

ଦେଶର ସୁରକ୍ଷା ଓ ଅଖଣ୍ଡତା ପାଇଁ ସମସ୍ତେ ଏକାଠି ହୋଇ ରହିବା ସହ ଏକତା ମାଧ୍ୟମରେ ବାହ୍ୟ ଶକ୍ତିକୁ ଉଚିତ ଜବାବ ଦେବାକୁ ସେ ଆହ୍ୱାନ ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂହଦେଓ, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ସିଂହ ତୋମରଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।

cmodisha Gen Z ଘରେ ଘରେ ତ୍ରିରଙ୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026
Latest News

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.