Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୀରାକୁଦରେ ପୁଣି ବଢ଼ିଲା ବନ୍ୟାଜଳ, ଖୋଲିଲା ଆଉ ୪ଟି ଗେଟ୍‌
ଆଜିର ଖବର

ହୀରାକୁଦରେ ପୁଣି ବଢ଼ିଲା ବନ୍ୟାଜଳ, ଖୋଲିଲା ଆଉ ୪ଟି ଗେଟ୍‌

August 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିଛି। ଫଳରେ ଜଳସ୍ତର ବଢ଼ିବାରୁ ବନ୍ୟାଜଳ ନିଷ୍କାସନ ପାଇଁ ଆଉ ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଏବେ ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟିକୁ ମିଶାଇ ମୋଟ ୧୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି।

ରାତି ୯ଟା ୩୦ ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୮୩ ଫୁଟ୍‌ ରହିଥିଲା। ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୯୧ ହଜାର ୦୧୧ ଘନଫୁଟ୍‌ ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଥିବା ବେଳେ ମୋଟ ୨ ଲକ୍ଷ ୧୫ ହଜାର ୦୮୨ ଘନଫୁଟ୍‌ ଜଳ ନିଷ୍କାସିତ ହେଉଛି।

ସେଥିମଧ୍ୟରୁ ୧୨ଟି ସ୍ଲୁଇସ୍‌ ଗେଟ୍‌ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୮୨ ହଜାର ୧୪୮ ଘନଫୁଟ୍‌ ଜଳ ନିଷ୍କାସନ ହେଉଛି। ଏହା ବ୍ୟତୀତ ପାୱାର ଚ୍ୟାନେଲ, ବରଗଡ଼, ଶାସନ ଓ ସମ୍ବଲପୁର କେନାଲ ସମେତ ଶିଳ୍ପ ବ୍ୟବହାର ପାଇଁ ମଧ୍ୟ ଜଳ ଛଡ଼ାଯାଉଛି।

ଗତ ୨୪ ଘଣ୍ଟାରେ ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ୩୫.୯୫ ମିଲିମିଟର ଏବଂ ତଳମୁଣ୍ଡରେ ୧୬.୭୧ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଉପରମୁଣ୍ଡରେ ବର୍ଷା ଜାରି ରହିଥିବାରୁ ଜଳଭଣ୍ଡାରର ଜଳସ୍ତର ଓ ନିଷ୍କାସନ ଉପରେ ନଜର ରଖାଯାଇଛି।

ବନ୍ୟାଜଳ ନିଷ୍କାସନ ହୀରାକୁଦ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର

September 21, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱଶାନ୍ତି ଦିବସ

September 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

September 21, 2026

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ପରିବର୍ତ୍ତନ 

September 21, 2026
Latest News

ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର

September 21, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱଶାନ୍ତି ଦିବସ

September 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

September 21, 2026

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ପରିବର୍ତ୍ତନ 

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.