Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଗୁନିଆ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ଆଜିର ଖବର

ବେଗୁନିଆ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

August 10, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବେଗୁନିଆ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ବେଗୁନିଆ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଖୋରଧା: ଆଜି ପୂର୍ବାହ୍ନରେ ଖୋରଧା ଜିଲ୍ଲା ଅନ୍ତର୍ଗତ ବେଗୁନିଆ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥ ପାରୁସୋତ୍ତମ୍ ଦାସ ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଆଜିର ଏହି ଜନ ଶୁଣାଣି ଶିବିରରେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ଖୋରଧା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଏବଂ ଆସିଷ୍ଟାଣ୍ଟ କଲେକ୍ଟର (ଅଭିଯୋଗ) ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ।

ଆଜିର ଅଭିଯୋଗ ଶିବିରକୁ ମୋଟ ୯୯ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୭୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୬ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା। ଜିଲ୍ଲାପାଳ, ଶ୍ରୀ ଋତୁରାଜ ଅଭିଯୋଗ ଶିବିରରେ ୦୮ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ। ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଭେଷଜ ଚିକିତ୍ସା ନିମନ୍ତେ କୁଷପଲା, ବେଗୁନିଆ ର ସେକ ମହିବୁବଙ୍କୁ ୧୫ ହଜାର, ସିକୋ, ବେଗୁନିଆର ମଞ୍ଜୁଳା ନାୟକଙ୍କୁ ୧୫ ହଜାର, ଉର୍ମିଳା ମହାନ୍ତିଙ୍କୁ ୧୦ ହଜାର, ମାଗୁଣୀ ସେଠୀଙ୍କୁ ୧୦ ହଜାର, ମଳୟ କୁମାର ସେଠୀଙ୍କୁ ୧୫ ହଜାର ନେଇ ମୋଟ ୬୫ ହଜାର ଜିଲ୍ଲା ରେଡ୍ କ୍ରସ୍ ପାଣ୍ଠିରୁ ଆର୍ଥିକ ଅନୁଦାନ ପ୍ରଦାନ କରିଥିଲେ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସରୋଜିନୀ ଜେନା, ଗୋଡ଼ିକିଲୋ, ସାଗଡା ଭାଙ୍ଗ,ବେଗୁନିଆଙ୍କୁ ଭେଷଜ ଚିକିତ୍ସା ନିମନ୍ତେ ୧୦ ହଜାର ନେଇ ସର୍ବମୋଟ ୭୫ ହଜାର ଟଙ୍କା ୬ ଜଣ ଅଭିଯୋଗ କାରୀଙ୍କୁ ଭେଷଜ ଚିକିତ୍ସା ନିମନ୍ତେ ଆର୍ଥିକ ଅନୁଦାନ ପ୍ରଦାନ କରିଥିଲେ।

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ସି ଏସ ଓ, ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଡ଼ଃ ଗୀତାଂଶୁ ମୋହନ ଦାଶ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ, ଅଧିକ୍ଷଣ ଯନ୍ତ୍ରୀ ଇଂ ରଶ୍ମିତା ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ ସଂପୃକ୍ତ ବି ଡି ଓ, ସଂପୃକ୍ତ ତହସିଲଦାର, ଡେପୁଟି କଲେକ୍ଟର, ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ, ଖୋରଧା ଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ।

ଅମ୍ରିତ୍ ଋତୁରାଜ ଜନ ଅଭିଯୋଗ ଶୁଣାଣି ପାରମାର ସ୍ମିଥ ପାରୁସୋତ୍ତମ୍ ଦାସ ବେଗୁନିଆ ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026

ସମ୍ଭାବ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କା: ପ୍ରସ୍ତୁତି ଓ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

September 21, 2026

ଶିକ୍ଷକମାନଙ୍କ ସମସ୍ୟାର ସମାଧାନ ପାଇଁ ସରକାରଙ୍କୁ ରିପୋର୍ଟ ଦେଲା କମିଟି, ଏଥିରେ ଅଛି..

September 21, 2026
Latest News

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026

ସମ୍ଭାବ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କା: ପ୍ରସ୍ତୁତି ଓ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

September 21, 2026

ଶିକ୍ଷକମାନଙ୍କ ସମସ୍ୟାର ସମାଧାନ ପାଇଁ ସରକାରଙ୍କୁ ରିପୋର୍ଟ ଦେଲା କମିଟି, ଏଥିରେ ଅଛି..

September 21, 2026

‘ଅଙ୍ଗନ ଉତ୍ସବ’ ପ୍ରସ୍ତୁତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.