Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ
ଆଜିର ଖବର

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
MLAs Meet Food Supplies and Consumer Welfare Minister
MLAs Meet Food Supplies and Consumer Welfare Minister

ଭୁବନେଶ୍ୱର: ଖରିଫ ଋତୁ ୨୦୨୬-୨୭ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଚାଷୀ ସାମିଲ ହେବା ନିମନ୍ତେ ସରକାର ବିଶେଷ ଧ୍ୟାନ ଦେଇଛନ୍ତି। ଏଥିନିମନ୍ତେ ଜାରି ପଞ୍ଜିକରଣ ପ୍ରକ୍ରିୟାରେ ଚାଷୀ ମାନେ ସହଜରେ ସାମିଲ ହୋଇପାରିବେ ଏହା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଆବାସିକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। ଏଥିରେ ପଶ୍ଚିମ ଓଡିଶା ତଥା ସମ୍ବଲପୁର,ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାର ମାନ୍ୟବର ବିଧାୟକ ମାନେ ଯୋଗ ଦେଇଥିଲେ।

ଖରିଫ ଋତୁରେ ଧାନ ବିକ୍ରୟକୁ ନେଇ ପଞ୍ଜିକରଣ ଉପରେ ଚାଷୀ ମାନଙ୍କ ମଧ୍ୟରେ ଥିବା ସଂଶୟ ସମ୍ପର୍କରେ ବିଧାୟକ ମାନେ ଆଲୋଚନା କରିଥିଲେ। ବିଶେଷ କରି ଆଗ୍ରିଷ୍ଟାକ ପଞ୍ଜିକରଣକୁ ନେଇ ଚାଷୀ ମାନେ କୌଣସି ଦ୍ୱନ୍ଦ୍ୱରେ ନରହିବାକୁ ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଛନ୍ତି। ପରେ ସାମ୍ବାଦିକ ସହ କଥାବାର୍ତ୍ତା ବେଳେ ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ଯେ ଆଗ୍ରିଷ୍ଟାକ ବାଧ୍ୟତାମୂଳକ ନୁହେଁ। ଏହାଦ୍ୱାରା କୋୖଣସି ଚାଷୀ ପଞ୍ଜିକରଣରୁ ବାଦ ପଡିବେ ନାହିଁ। ସମସ୍ତ କୃଷକ ମାନଙ୍କର ପଞ୍ଜିକରଣ କରାଯିବା ସହ ଚାଷୀ ମାନଙ୍କୁ ଟୋକନ ମିଳିବ। କୃଷକ ମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର କାର୍ଯ୍ୟ କରୁଥିବା ମନ୍ତ୍ରୀ କହିଛନ୍ତି।

ଭାଗ ଚାଷୀ ମାନଙ୍କ କ୍ଷେତ୍ରରେ ଜମି ମାଲିକଙ୍କ ସମ୍ମତି ଆବଶ୍ୟକ ଥିବା ବେଳେ ଦୂରରେ ରହୁଥିବା ଜମି ମାଲିକ ମାନେ ସ୍ୱତନ୍ତ୍ର ଆପ ମାଧ୍ୟମରେ ସେମାନଙ୍କ ସମ୍ମତି ପ୍ରଦାନ କରି ପାରିବେ ବୋଲି ଶ୍ରୀ ପାତ୍ର କହିଛନ୍ତି। ଆସନ୍ତା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଚାଷୀ ମାନେ ପଞ୍ଜିକରଣ କରିପାରିବେ ବୋଲି ସେ କହିଛନ୍ତି।

କୃଷ୍ଣ ଚନ୍ଦ୍ର ପାତ୍ର ଖରିଫ ଋତୁ ୨୦୨୬-୨୭ ଧାନ ସଂଗ୍ରହ ପ୍ରକ୍ରିୟା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.