ଭୁବନେଶ୍ୱର: ବିଶିଷ୍ଟ ଶିଳ୍ପପତି କରଣ ଆଦାନୀ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଶିଳ୍ପ ଓ ନିବେଶ ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।