Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର
ଆଜିର ଖବର

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେତନଟୀ: ଲଗାଣ ବର୍ଷାରେ ବେତନଟୀ ଅଞ୍ଚଳରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଲଗାତାର ବର୍ଷା ଯୋଗୁଁ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବଢ଼ିବା ସହ ବିପଦସଂକେତ ଉପରେ ପ୍ରବାହିତ ହେଉଛି। ଗତ ୨୪ ଘଣ୍ଟାରେ ଅଞ୍ଚଳରେ ୧୭୦ ମିମି ବର୍ଷା ରେକର୍ଡ ହୋଇଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ଆହୁରି ବଢ଼ିଛି।

ନାଖରା ସେତୁ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାବେଳେ ଗଣ୍ଡବାଙ୍କ, ପ୍ରତିମାଦେଇପୁର, ପାଟଳିପୁରା, ଦାରିହା, କାଠପାଳ, ନାଖରା, ସିଙ୍ଗଲାମୁଣ୍ଡଳି ଓ ଡେଁଫଉଦା ଭଳି ତଳିଆ ଅଞ୍ଚଳରେ ପାଣି ପଶିଛି। ବହୁ ଘର ଜଳମଗ୍ନ ହୋଇଥିବାବେଳେ ଅନେକ ପରିବାର ଜଳବନ୍ଦୀ ହୋଇପଡ଼ିଛନ୍ତି। ଲଗାଣ ବର୍ଷା ଯୋଗୁଁ ଅଞ୍ଚଳରେ ଯାତାୟାତ ମଧ୍ୟ ପ୍ରଭାବିତ ହୋଇଛି।

ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଧାୟକ ସନାତନ ବିଜୁଳି, ଜିଲ୍ଲାପାଳ ହେମକାନ୍ତ ସଏ, ଆରକ୍ଷୀ ଅଧୀକ୍ଷକ ବରୁଣ ଗୁଣ୍ଟୁପାଲ୍ଲି, ଦୁଇ ଏଡିଏମ୍‌, ବେତନଟୀ ବିଡିଓ ମୁନା ସେଠୀ, ତହସିଲଦାର ଚନ୍ଦ୍ରଜିତ ବେହେରାଙ୍କ ସମେତ ପ୍ରଶାସନ ଓ ପୁଲିସ ଅଧିକାରୀମାନେ ନାଖରା ସେତୁ ନିକଟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତଳିଆ ଅଞ୍ଚଳର ଲୋକଙ୍କୁ ଆବଶ୍ୟକସ୍ଥଳେ ତୁରନ୍ତ ସ୍ଥାନାନ୍ତର କରିବାକୁ ପ୍ରଶାସନ ପ୍ରସ୍ତୁତ ରହିଛି।

ବନ୍ୟା ପ୍ରଭାବିତ ଅଞ୍ଚଳର ପ୍ରାୟ ୫୦୦ ଲୋକଙ୍କୁ ବେଲାଣପୁରା ବାତ୍ୟା ଆଶ୍ରୟସ୍ଥଳୀ ସମେତ ବିଭିନ୍ନ ବିଦ୍ୟାଳୟ ଗୃହକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ଆଶ୍ରୟ ନେଇଥିବା ଲୋକଙ୍କ ପାଇଁ ରନ୍ଧା ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦିଆଯାଉଛି।

ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି। ବୁଢ଼ାବଳଙ୍ଗର ଜଳସ୍ତର ଉପରେ ପ୍ରଶାସନ ନିରନ୍ତର ନଜର ରଖିଛି। ଆଗକୁ ବର୍ଷା ଜାରି ରହିଲେ ପରିସ୍ଥିତି ଆହୁରି ଗମ୍ଭୀର ହେବା ଆଶଙ୍କା ଥିବାରୁ ନଦୀକୂଳିଆ ଓ ତଳିଆ ଅଞ୍ଚଳବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି।

ବନ୍ୟାଖବର ବୁଢ଼ାବଳଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

August 13, 2026

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ ବିଶିଷ୍ଟ ଶିଳ୍ପପତି କରଣ ଆଦାନୀ

August 13, 2026
Latest News

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026

୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.