ରାଉରକେଲା: ରାଉରକେଲା ସହରର ଏକ ଘରୋଇ ହସ୍ପିଟାଲରେ ଘଟିଛି ଅଘଟଣ। ହସ୍ପିଟାଲର ୪ ମହଲାରୁ ଡେଇଁ ଜଣେ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ବାଇକ୍ ଦୁର୍ଘଟଣାରେ ଆହତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।
ତେବେ ଚିକିତ୍ସା ଚାଲିଥିବା ସମୟରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। ଘଟଣା ପରେ ହସ୍ପିଟାଲ ପରିସରରେ ଚାଞ୍ଚଲ୍ୟ ଖେଳିଯାଇଛି।
ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରୋଗୀଙ୍କ ମୃତ୍ୟୁ ପଛରେ ପ୍ରକୃତ କାରଣ କ’ଣ ଏବଂ ଘଟଣା ସମୟରେ ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା କିଭଳି ଥିଲା, ସେନେଇ ମଧ୍ୟ ତଦନ୍ତ କରାଯାଉଛି।
ଏହି ଘଟଣା ପରେ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କ ସୁରକ୍ଷା ଓ ହସ୍ପିଟାଲ ପରିସରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ଅନେକ ପ୍ରଶ୍ନ ଉଠିଛି।


