ନୟାଗଡ଼: ଭୋର ସମୟରେ ନୟାଗଡ଼ ବାଇପାସରେ ବଡ଼ ଦୁର୍ଘଟଣା। ଦାରିଙ୍ଗବାଡ଼ିରୁ ଭୁବନେଶ୍ୱର ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଛି।
ଦୁର୍ଘଟଣା ସମୟରେ ବସ୍ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିବା ଜଣାପଡ଼ିଛି। ବସ୍ଟି ଓଲଟିଯିବା ପରେ ଅନେକ ଯାତ୍ରୀ ଭିତରେ ଫସି ରହିଥିଲେ। ପରେ ବସ୍ର ଆଗ କାଚ ଭାଙ୍ଗି ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା।
ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ତୁରନ୍ତ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଦୁର୍ଘଟଣାର କାରଣ ଓ ବସ୍ଟି କେଉଁ ପରିସ୍ଥିତିରେ ଭାରସାମ୍ୟ ହରାଇଲା, ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


