Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଆଜିର ଖବର

ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

August 19, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
CM reviews Twin City traffic and beautification plans
CM reviews Twin City traffic and beautification plans

ଭୁବନେଶ୍ଵର: ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଦିନକୁ ଦିନ ବୃଦ୍ଧି ପାଉଥିବା ଯାତାୟାତ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଅନୁଷ୍ଠିତ ବୈଠକରେ ଟ୍ୱିନ୍ ସିଟିର ଟ୍ରାଫିକ୍ ଡିକଞ୍ଜେସନ୍ ପ୍ଲାନ୍ (Traffic Decongestion Plan) ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଛି।

ରାଜଧାନୀ ଭୁବନେଶ୍ୱର ସହିତ ଆମର ଐତିହାସିକ ଓ ପୁରାତନ ସହର କଟକର ଯୋଗାଯୋଗ ସଡକ ଏବଂ ଏହାର ପାରିପାର୍ଶ୍ୱିକ ଅଞ୍ଚଳକୁ ଅଧିକ ସୁନ୍ଦର, ସ୍ୱଚ୍ଛ ଓ ସୁସଂଗଠିତ କରି ଗଢ଼ିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ବିଶେଷ ଗୁରୁତ୍ୱାରୋପ କରିଛନ୍ତି। ଏଥିସହିତ ଟ୍ୱିନ୍ ସିଟିର ଯେଉଁ ସବୁ ପ୍ରମୁଖ ରାସ୍ତା ଓ ଟ୍ରାଫିକ୍ ଜଙ୍କସନ୍ଗୁଡ଼ିକ ଖରାପ ଅବସ୍ଥାରେ ଅଛି, ସେଗୁଡ଼ିକୁ ତୁରନ୍ତ ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗୀୟ ସଚିବ ଓ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ସମୀକ୍ଷା ବୈଠକରେ ଯାତାୟାତକୁ ଅଧିକ ସୁଗମ କରିବା ପାଇଁ ୮-ଲେନ୍ ବିଶିଷ୍ଟ ପ୍ରଶସ୍ତ ରାସ୍ତା (8-Lane Road) ନିର୍ମାଣ ଓ ସମ୍ପ୍ରସାରଣ ଉପରେ ମୁଖ୍ୟମନ୍ତ୍ରୀ ବିଶେଷ ଗୁରୁତ୍ୱ ଦେଇଛନ୍ତି। କଟକରୁ ଭୁବନେଶ୍ୱର ଦେଇ ପୁରୀ ଅଭିମୁଖେ ଯାଉଥିବା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନେ ଯେପରି ବିନା କୌଣସି ଟ୍ରାଫିକ୍ ସମସ୍ୟାରେ ସହଜ ଓ ସୁବିଧାରେ ଯାତାୟାତ କରିପାରିବେ, ସେଥିପାଇଁ ନିରବଚ୍ଛିନ୍ନ ଗମନାଗମନ ବ୍ୟବସ୍ଥା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହ ପ୍ରମୁଖ ଜଙ୍କସନ୍ଗୁଡ଼ିକର ବିକାଶ, ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଫ୍ଲାଏଓଭର, ଓଭରବ୍ରିଜ୍, ସ୍ମାର୍ଟ ଟ୍ରାଫିକ୍ ସିଗନାଲ୍ ସିଷ୍ଟମ୍, ସିସିଟିଭି ବ୍ୟବସ୍ଥା ଏବଂ ବେଆଇନ୍ ପାର୍କିଂ ଉଚ୍ଛେଦ ଭଳି ପଦକ୍ଷେପକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦିଆଯାଇଛି। ନଗରବାସୀଙ୍କୁ ସୁରକ୍ଷିତ ଯାତାୟାତ ସୁବିଧା ଯୋଗାଇଦେବା ସହ ଟ୍ୱିନ୍ ସିଟିର ନବକଳେବର ପାଇଁ ପୋଲିସ କମିଶନରେଟ୍, ନଗର ଉନ୍ନୟନ ବିଭାଗ, ପୂର୍ତ୍ତ ବିଭାଗ ଓ ସ୍ଥାନୀୟ ପ୍ରଶାସନ ମିଳିମିଶି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।

ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଟ୍ୱିନ୍ ସିଟି ପୋଲିସ୍ କମିଶନର ଏସ୍. ଦେବଦତ୍ତ ସିଂହ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଟ୍ରାଫିକ୍ ସମସ୍ୟା ଟ୍ୱିନ୍ ସିଟି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ସ୍ଥାୟୀ ସମାଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026
Latest News

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

ଭାରତ ସହିତ ବାଣିଜ୍ୟ ଚୁକ୍ତିକୁ ମଞ୍ଜୁରୀ ଦେଲା ନ୍ୟୁଜିଲ୍ୟାଣ୍ଡ: ୯୫% ରପ୍ତାନି ଉପରେ ଉଚ୍ଛେଦ ହେବ ଶୁଳ୍କ!

September 16, 2026

UPI ଶୁଳ୍କ ଲାଗୁ କରିବାର ନିଷ୍ପତ୍ତି ଉପରେ କ୍ଷୁବ୍ଧ ମନ୍ତ୍ରୀ ସଞ୍ଜୟ ନିଷାଦ: ନିଜ ସରକାରଙ୍କୁ କଲେ ପ୍ରଶ୍ନ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.