ପାଲଲହଡ଼ା: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଏକବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଏଭଳି ହୃଦୟବିଦାରକ ଘଟଣା ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକ ବତିସୁଆଁ ପଞ୍ଚାୟତ ଅନ୍ତର୍ଗତ ପୁରୁଣାପାଣି ଗାଁରେ ଘଟିଛି।
ମିଳିଥିବା ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୬ଟା ସମୟରେ ତୁଡି କାଏମଙ୍କ ଏକବର୍ଷର ପୁଅ ନବ କାଏମ ଘର ଭିତରେ ଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିଲା। ପରିବାର ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଯୋଗେ ଶିଶୁଟିକୁ ପାଲଲହଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ।
ତେବେ ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ଘଟଣା ପରେ ପୁରୁଣାପାଣି ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


