ପର୍ଜଙ୍ଗ: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ଥାନା ଅଞ୍ଚଳ ଦେଇ ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। କୁଆଳୋ ପଞ୍ଚାୟତ ଅନ୍ତର୍ଗତ ପରମହଂସପୁର ସୂର୍ଯ୍ୟ ଢାବା ସମ୍ମୁଖ ବୁଲାଣିରେ ଟ୍ରକ୍ ଓ ଟ୍ରଲର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଧକ୍କା ଏତେ ତୀବ୍ର ଥିଲା ଯେ ଟ୍ରକ୍ ଚାଳକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ରାଜପଥରେ କିଛି ସମୟ ପାଇଁ ଯାତାୟାତ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।
ଘଟଣା ସମ୍ପର୍କରେ ସୂଚନା ପାଇ ପର୍ଜଙ୍ଗ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ ମୃତଦେହ ଉଦ୍ଧାର କରି ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି। ମୃତ ଟ୍ରକ୍ ଚାଳକଙ୍କ ପରିଚୟ ଜଣାପଡ଼ିନଥିବା ବେଳେ ତାଙ୍କ ପରିଚୟ ଖୋଜିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି।


