Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ
ଆଜିର ଖବର

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅମରାବତୀ: ମହାରାଷ୍ଟ୍ର ଅମରାବତୀସ୍ଥିତ ଜିଲ୍ଲା ମହିଳା ହସ୍ପିଟାଲର ଏନ୍‌ଆଇସିୟୁରେ ସୋମବାର ଭୋର ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟି ୩ ଜଣ ନବଜାତ ଶିଶୁଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ରାଜ୍ୟ ସରକାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଧୂଆଁମୟ ଆଇସିୟୁରୁ ୩୬ ଜଣ ଶିଶୁଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ସୋମବାର ଭୋର ପ୍ରାୟ ୩:୧୫ ମିନିଟ୍‌ରେ ଏନଆଇସିୟୁର ଏକ ୱାର୍ଡରେ ନିଆଁ ଲାଗିଥିଲା।ଏହି “ହୃଦୟବିଦାରକ’ ଘଟଣାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଗଭୀର ଶୋକ ପ୍ରକାଶ କରିବା ସହ ଘଟଣାର କାରଣ ଏବଂ ପ୍ରଶାସନିକ ତ୍ରୁଟିର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। “ସ୍ୱାସ୍ଥ୍ୟ ପ୍ରଶାସନକୁ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି,’ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଶ୍ୱାସନା ଦେଇଛନ୍ତି। ଏହାସହ ଆହତ ଶିଶୁମାନଙ୍କୁ ସରକାରୀ ଖର୍ଚ୍ଚରେ ଚିକିତ୍ସା ଯୋଗାଇଦେବାକୁ ଏବଂ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ପୁଲିସ ଓ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଏନଆଇସିୟୁର “ଆଉଟବୋର୍ନ’ (ବାହାରୁ ଆସିଥିବା ଶିଶୁ) ସେକ୍ସନରେ ଥିବା ଏକ ଭେଣ୍ଟିଲେଟର ବିସ୍ଫୋରଣ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଦୁର୍ଘଟଣା ସମୟରେ ମୋଟ ୩୯ ଜଣ ଶିଶୁ ଭର୍ତ୍ତି ଥିଲେ। ନିଆଁ ଲାଗିଥିବା ଆଉଟବୋର୍ନ ସେକ୍ସନରୁ କର୍ମଚାରୀ ଓ ଉଦ୍ଧାରକାରୀ ୬ ଜଣ ଶିଶୁଙ୍କୁ ଉଦ୍ଧାର କରିଥିବା ବେଳେ ୩ ଜଣ ଶିଶୁ ନିଆଁରେ ପୋଡ଼ି ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।

ଅମରାବତୀ ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.