Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା
ଆଜିର ଖବର

ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା

August 29, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା
ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା

ରଣପୁର: ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା ଗୋପାଳପୁରସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଭାବଗମ୍ଭୀର ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକର ୨୦ ଜଣ ସେବାନିବୃତ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେବାନିବୃତ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କର ଦୀର୍ଘ ଶିକ୍ଷାସେବାକୁ ସମ୍ମାନ ଜଣାଇଥିଲେ। ସେ କହିଥିଲେ, “ଶିକ୍ଷକଙ୍କ ଚାକିରିରୁ ଅବସର ହୋଇପାରେ, କିନ୍ତୁ ଜଣେ ଶିକ୍ଷକଙ୍କ ଜ୍ଞାନ, ଅଭିଜ୍ଞତା ଓ ସମାଜ ପ୍ରତି ଅବଦାନରୁ କେବେ ଅବସର ହୁଏ ନାହିଁ।” ଶିକ୍ଷକମାନେ ନିଜର ଜୀବନର ଅମୂଲ୍ୟ ସମୟକୁ ଶିକ୍ଷାଦାନ ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନରେ ଉତ୍ସର୍ଗ କରିଥିବାରୁ ସେମାନଙ୍କ ପ୍ରତି ସମାଜ ସବୁବେଳେ କୃତଜ୍ଞ ରହିବ ବୋଲି ମତପ୍ରକାଶ କରିଥିଲେ।

ଗୋପାଳପୁର ଜୋନ ଜିଲ୍ଲା ପରିଷଦ ସଦସ୍ୟା ଲକ୍ଷ୍ମୀପ୍ରିୟା ତରାଇ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଶିକ୍ଷକମାନଙ୍କ ଅବଦାନ ଓ ସେମାନଙ୍କ ନିଷ୍ଠାପର ସେବା ସମ୍ପର୍କରେ ଆଲୋକପାତ କରିଥିଲେ।

ସ୍ୱତନ୍ତ୍ର ଅତିଥି ଭାବେ ନୟାଗଡ଼ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଭକ୍ତ ରଞ୍ଜନ ମିଶ୍ର ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅଭୟ କୁମାର ମଲ୍ଲିକ ଯୋଗଦେଇଥିଲେ।

ଏହି ଅବସରରେ ରଣପୁର ବ୍ଲକର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ମାଧବ ଚନ୍ଦ୍ର ପ୍ରଧାନ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀଣୀ ଲକ୍ଷ୍ମୀ ଦେଇ, ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶ, ଶିକ୍ଷାବିତ ଅଶୋକ କୁମାର ଦାଶ ଓ ଜଗନ୍ନାଥ ଦାଶ, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବିଶ୍ୱଜିତ ମହାପାତ୍ର ଏବଂ ସମ୍ପାଦକ ଅଶୋକ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

ବ୍ଲକର ବିଭିନ୍ନ ସର୍କଲର ସଭାପତି, ସମ୍ପାଦକଙ୍କ ସମେତ ଶିକ୍ଷକ ସଂଘର ବହୁ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିଲେ।

ସେବାନିବୃତ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ସମୟରେ ସଭାସ୍ଥଳ ଭାବବିହ୍ୱଳ ହୋଇଉଠିଥିଲା। ଦୀର୍ଘ ଶିକ୍ଷାସେବା ପାଇଁ ସେମାନଙ୍କୁ କୃତଜ୍ଞତା ଜଣାଇବା ସହ ସୁସ୍ଥ, ସୁଖମୟ ଓ ଶାନ୍ତିପୂର୍ଣ୍ଣ ଅବସର ଜୀବନ ପାଇଁ ଅତିଥିମାନେ ଶୁଭକାମନା ଜଣାଇଥିଲେ।

ଗୋପାଳପୁର ପ୍ରାଥମିକ ଶିକ୍ଷକ ସଂଘ ରଣପୁର ବ୍ଲକ ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ନବରାତ୍ରୀ ପୂଜା, ଜାଣନ୍ତୁ ନଅ ଦିନ ଧରି କେଉଁ କେଉଁ ଦେବୀଙ୍କୁ କରାଯାଏ ପୂଜା

October 12, 2026

ଆମ ଯୁବଶକ୍ତି ଭାରତର ଭବିଷ୍ୟତ ପାଇଁ ଗଭୀର ବିଶ୍ୱାସ ସୃଷ୍ଟି କରୁଛି: ପ୍ରଧାନମନ୍ତ୍ରୀ

October 12, 2026

ବିବାହର ମାତ୍ର ୩ ଦିନ ପରେ ଭୟଙ୍କର କାଣ୍ଡ! ସ୍ୱାମୀଙ୍କ ସମେତ ଶ୍ୱଶୁର ଘର ଲୋକଙ୍କୁ ବିଷ ଦେଇ ଫେରାର ନବବଧୂ

October 12, 2026

କୋଶଳ ଆନ୍ଧ୍ର କଲଚରାଲ ଆସୋସିଏସନ୍ ର ୨୩ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ରାଜ୍ୟପାଳ

October 12, 2026
Latest News

ନବରାତ୍ରୀ ପୂଜା, ଜାଣନ୍ତୁ ନଅ ଦିନ ଧରି କେଉଁ କେଉଁ ଦେବୀଙ୍କୁ କରାଯାଏ ପୂଜା

October 12, 2026

ଆମ ଯୁବଶକ୍ତି ଭାରତର ଭବିଷ୍ୟତ ପାଇଁ ଗଭୀର ବିଶ୍ୱାସ ସୃଷ୍ଟି କରୁଛି: ପ୍ରଧାନମନ୍ତ୍ରୀ

October 12, 2026

OPPO F35 Series: ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ରେ ଏଫ୍୩୫ ସିରିଜ୍ ଲଞ୍ଚ କଲା ଓପୋ

October 12, 2026

ବିବାହର ମାତ୍ର ୩ ଦିନ ପରେ ଭୟଙ୍କର କାଣ୍ଡ! ସ୍ୱାମୀଙ୍କ ସମେତ ଶ୍ୱଶୁର ଘର ଲୋକଙ୍କୁ ବିଷ ଦେଇ ଫେରାର ନବବଧୂ

October 12, 2026

କୋଶଳ ଆନ୍ଧ୍ର କଲଚରାଲ ଆସୋସିଏସନ୍ ର ୨୩ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ରାଜ୍ୟପାଳ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.