Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ
ଆଜିର ଖବର

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ

August 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ
ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ

ବାଲୁଗାଁ: ଆଜି ଚିଲିକା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ତଥା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ପ୍ରସାର, ଶିକ୍ଷାର ମାନବୃଦ୍ଧି ଏବଂ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ପାସ ହାରକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ ଉପସ୍ଥାନ, ଶିକ୍ଷଣ ଦକ୍ଷତା, ପାଠପଢ଼ାର ଗୁଣବତ୍ତା, ପରୀକ୍ଷା ପ୍ରସ୍ତୁତି ଏବଂ ପୂର୍ବ ପରୀକ୍ଷା ଫଳାଫଳ ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷ କରି ଯେଉଁ ବିଦ୍ୟାଳୟ ଗୁଡ଼ିକରେ ପରୀକ୍ଷା ଫଳାଫଳ ଆଶାନୁରୂପ ହୋଇନାହିଁ, ସେଠାରେ ଏହାର କାରଣ ଚିହ୍ନଟ କରି ଆବଶ୍ୟକ ସୁଧାରମୂଳକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଥିଲା।

ଛାତ୍ରଛାତ୍ରୀଙ୍କ ଶିକ୍ଷଣ ଦକ୍ଷତା ବୃଦ୍ଧି ସହ ଦୁର୍ବଳ ବିଷୟଗୁଡ଼ିକ ପ୍ରତି ଅଧିକ ଧ୍ୟାନ ଦେବା, ଆବଶ୍ୟକ ସ୍ଥଳରେ ଅତିରିକ୍ତ ଶିକ୍ଷାଦାନ ଓ ଅଭ୍ୟାସ କାର୍ଯ୍ୟକ୍ରମ କରିବା,ନିୟମିତ ଭାବେ ପରୀକ୍ଷା ଓ ମୂଲ୍ୟାୟନ କରିବା ଏବଂ ଶିକ୍ଷକ-ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମନ୍ୱୟ ରଖିବା ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ଛାତ୍ରଛାତ୍ରୀ ନିଜର ପ୍ରତିଭା, ସାମର୍ଥ୍ୟ ଓ ଦକ୍ଷତା ଅନୁଯାୟୀ ଆଗକୁ ବଢ଼ିପାରିବେ, କୌଣସି ଛାତ୍ରଛାତ୍ରୀ ଯେପରି ଶିକ୍ଷାରୁ ବଞ୍ଚିତ ନହୁଅନ୍ତି ଏବଂ ଚିଲିକା ନିର୍ବାଚନ ମଣ୍ଡଳୀର ବିଦ୍ୟାଳୟଗୁଡ଼ିକର ପରୀକ୍ଷା ଫଳାଫଳକୁ ଆଗାମୀ ଦିନରେ ଆହୁରି ଉତ୍କୃଷ୍ଟ କରାଯାଇପାରିବ, ସେ ଦିଗରେ ଗୁରୁତ୍ୱ ଦେବାକୁ ଉପସ୍ଥିତ ଅଧିକାରୀ, ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟିତ୍ରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ‌, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମଧୁସ୍ମିତା ତ୍ରିପାଠୀଙ୍କ ସମେତ ବ୍ଲକ ଶିକ୍ଷା ଅଧିକାରୀ, ସମସ୍ତ ପ୍ରଧାନଶିକ୍ଷକ/ପ୍ରଧାନଶିକ୍ଷୟିତ୍ରୀ, ସମସ୍ତ ସିଆରସିସି ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ ଶିକ୍ଷା ବ୍ୟବସ୍ଥାର ଉନ୍ନତି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.