Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି
ଆଜିର ଖବର

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
ପଞ୍ଚଦଶ ଦିବସରେ ଅହୋରାତ୍ର ଧାରଣା
ପଞ୍ଚଦଶ ଦିବସରେ ଅହୋରାତ୍ର ଧାରଣା
ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ସ୍ଥିତ ଲୋୟର୍ ପି.ଏମ୍‌.ଜି. ଗାନ୍ଧିମାର୍ଗରେ ଚାଲିଥିବା ଅହୋରାତ୍ର ଗଣଧାରଣା ପନ୍ଦର ଦିନରେ ପହଞ୍ଚିଛି। ହଜାର ହଜାର ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ ପ୍ରଚଣ୍ଡ ଖରା ଓ ତୁହାକୁ ତୁହା ବର୍ଷାକୁ ସହ୍ୟ କରି ରାଜରାସ୍ତାରେ ଅହୋରାତ୍ର ଧାରଣାରେ ବସିଛନ୍ତି। ସରକାର ଶିକ୍ଷାର କଣ୍ଠରୋଧ ନ କରି ଶିକ୍ଷକମାନଙ୍କର ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନେଇ ସେମାନଙ୍କର ଅଧିକାର ଫେରାଇ ଦିଅନ୍ତୁ ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତିରେ କହିଛନ୍ତି।
ସୂଚନା ଥାଉକି, ଶିକ୍ଷକ କର୍ମଚାରୀମାନେ ଦୀର୍ଘ ୧୫ ଦିନ ହେଲା ଦାବି ହାସଲ ପାଇଁ ଶାନ୍ତିପୂର୍ଣ୍ଣ ଭାବରେ ଗାନ୍ଧିମାର୍ଗରେ ଧାରଣାରେ ବସି ରହିଛନ୍ତି। ଶିକ୍ଷକ, ଅଧ୍ୟାପକ ଓ କର୍ମଚାରୀମାନଙ୍କର ଦାବି ନ୍ୟାୟ ସଙ୍ଗତ ଓ ଯୁକ୍ତିଯୁକ୍ତ ହୋଇଥିଲେ ମଧ୍ୟ ସରକାର ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ ନ କରିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ ବୋଲି ସମନ୍ୱୟ ସମିତି ପକ୍ଷରୁ କୁହାଯାଇଛି। ସରକାର ସମସ୍ତ ବର୍ଗର ଲୋକଙ୍କ କଥା ବିଚାର କରୁଥିଲା ବେଳେ ଶିକ୍ଷକମାନଙ୍କ ପ୍ରତି ଅବିଚାର କାହିଁକି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯୋଗ୍ୟ ବିବେଚିତ ବିଦ୍ୟାଳୟ ଗୁଡ଼ିକରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ଅନୁଦାନ ନପାଇ ଶୂନ୍ୟ ହସ୍ତରେ ଅବସର ନେଉଛନ୍ତି ଓ ମୃତ୍ୟୁବରଣ କରୁଛନ୍ତି। ତେଣୁ ଅନୁଦାନରୁ ବାଦ୍ ପଡ଼ିଥିବା ବିଦ୍ୟାଳୟଗୁଡ଼ିକୁ ତୁରନ୍ତ ଅନୁଦାନ ଦେଇ ସେମାନଙ୍କ ମୁହଁରେ ହସ ଫୁଟାନ୍ତୁ। ୩୦ ବର୍ଷରୁ ଊର୍ଦ୍ଧ୍ୱକାଳ ଶିକ୍ଷାଦାନ କରିବା ପରେ ରିକ୍ତ ହସ୍ତରେ ଅବସର ନେଉଥିବା ସମସ୍ତ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟରତ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀଙ୍କ ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ପେନ୍‌ସନ ବ୍ୟବସ୍ଥା ଓ ଚାକିରି ସର୍ତ୍ତାବଳୀ ଲାଗୁ କରାଯାଉ। ଶିକ୍ଷକ କର୍ମଚାରୀମାନଙ୍କର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଅନୁଦାନ ପ୍ରତ୍ୟାସୀ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ୨୦୦୪ ମସିହା ଠାରୁ ଅଦ୍ୟାବଧି ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ, ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଚାକିରି ସର୍ତ୍ତାବଳୀ ସହ ପେନ୍‌ସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା ଏବଂ ରାଜ୍ୟର ସମସ୍ତ ଅଣଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସମାନ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦେବା ଓ ଓଡ଼ିଶାରେ ଗୋଟିଏ ପ୍ରକାର ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପରିଣତ କରି ଏକ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଇତ୍ୟାଦି।
ଅହୋରାତ୍ର ଧାରଣାର ପଞ୍ଚଦଶ ଦିବସରେ ଆନ୍ଦୋଳନ ସ୍ଥଳରେ ପ୍ରାଥମିକ ଶିକ୍ଷକ ମହାସଂଘର ଆବାହକ ଶ୍ରୀଯୁକ୍ତ ଶ୍ରୀକାନ୍ତ ବାରିକ ଉପସ୍ଥିତ ରହି ପ୍ରତିବାଦ ସଭାରେ ଉଦ୍‌ବୋଧନ ଦେବା ସହିତ ଏହି ଆନ୍ଦୋଳନ ପ୍ରତି ତାଙ୍କର ସଂଗଠନ ପକ୍ଷରୁ ସମର୍ଥନ ଜଣାଇଛନ୍ତି।
ରାଜ୍ୟର ମାନ୍ୟବର ମୁଖ୍ୟମନ୍ତ୍ରୀ ତୁରନ୍ତ ହସ୍ତକ୍ଷେପ କରି ଶିକ୍ଷକମାନଙ୍କର ସମସ୍ୟା ସମାଧାନର ପନ୍ଥା ନିର୍ଦ୍ଧାରଣ କରନ୍ତୁ ବୋଲି ଆନ୍ଦୋଳନର ନେତୃତ୍ୱ ନେଉଥିବା ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ, ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ଡ଼. ପ୍ରଶାନ୍ତ କୁମାର ପ୍ରଧାନ, ନିର୍ମଳା ପଣ୍ଡା, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଶଲିଳ ରାଜନନ୍ଦନ ମହାନ୍ତି, ଅଜୟ କୁମାର ପତି, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ. କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, ସୁରେଶ ଚନ୍ଦ୍ର ଦାଶ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ବନମାଳୀ ବାରିକ, ଅଟଳ ବଳ, ପ୍ରିୟରଞ୍ଜନ  ରଥ, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା, ଗଦାଧର ଶତପଥୀ, ରମାକାନ୍ତ ଲେଙ୍କା ଏବଂ ମଧୁସୂଦନ ଦେ ପ୍ରମୁଖ ସରକାରଙ୍କୁ ଦୃଢ଼ ଚେତାବନୀ ଦେଇଛନ୍ତି, ନଚେତ୍ ଏ ଆନ୍ଦୋଳନ ଆହୁରି ତୀବ୍ର ରୂପ ଧାରଣ କରିବ।
ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ

August 30, 2026

ଗାଁ ଗାଁରେ ଆରମ୍ଭ ଖୁଦୁରୁକୁଣୀ ବ୍ରତ: ଚଳଚଞ୍ଚଳ ଗାଁ ପରିବେଶ

August 30, 2026

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ

August 30, 2026
Latest News

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026

ଭାରତଠାରୁ ୧୦ ଲକ୍ଷ ବ୍ୟାରେଲ ତେଲ ଆମଦାନୀ କଲା ରୁଷ: ଜାଣନ୍ତୁ କାରଣ

August 30, 2026

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ

August 30, 2026

ଗାଁ ଗାଁରେ ଆରମ୍ଭ ଖୁଦୁରୁକୁଣୀ ବ୍ରତ: ଚଳଚଞ୍ଚଳ ଗାଁ ପରିବେଶ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.