Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋରଧା ବ୍ଲକରେ ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ଆଜିର ଖବର

ଖୋରଧା ବ୍ଲକରେ ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

August 31, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୋରଧା ବ୍ଲକରେ ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ଖୋରଧା ବ୍ଲକରେ ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଖୋରଧା: ଆଜି ପୂର୍ବାହ୍ନରେ ଖୋରଧା ଜିଲ୍ଲା ସଦର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପ୍ରତାପ ଚନ୍ଦ୍ର ବେଉରା ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥ ପାରୁସୋତ୍ତମ୍ ଦାସ ଅଭିଯୋଗ ଶୁଣାଣି କରିଥିଲେ।  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ (ଜିଲ୍ଲା ପରିଷଦ) ଜ୍ୟୋତି ଶଙ୍କର ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ବିଡିଓ ସିଦ୍ଧାର୍ଥ ପଟ୍ଟନାୟକ, ତହସିଲଦାର ବିଭାସ ପାଣିଗ୍ରାହୀ ଏବଂ ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ।

ଆଜିର ଅଭିଯୋଗ ଶିବିରକୁ ମୋଟ ୪୦ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୩୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୭ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା। ଅତିରିକ୍ତ ଜିଲ୍ଲାପାଳ ବେଉରା ଅଭିଯୋଗ ଶିବିରରେ ୦ ୩ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ। ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।

ଜନଶୁଣାଣି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ସହକାରୀ ନିର୍ଦ୍ଦେଶକ (ଉଦ୍ୟାନ କୃଷି) ଶ୍ରୀୟା ଶାଶ୍ଵତୀ, ଉପ ନିର୍ଦ୍ଦେଶକ ଯୋଜନା ଓ ପରିସଂଖ୍ୟାନ ଶଙ୍କର ବେହେରା, ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ (ଭାରତୀୟ ଷ୍ଟେଟ୍ ବ୍ୟାଙ୍କ) ଅଶୋକ କୁମାର ବେହେରା (ଖୋରଧା ଅବକାରୀ ଅଧିକ୍ଷକ) ସୁମତି ତ୍ରିପାଠୀ, ଡେପୁଟୀ କଲେକ୍ଟର ରଞ୍ଜନ କୁମାର ଦାସଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ଵାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ।

ଖୋରଧା ବ୍ଲକ ଜନ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

୧୮ତମ ନିଯୁକ୍ତି ମେଳା : ସେବକ ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

November 1, 2026

ଆଇପିଏସ୍ ଏବଂ ଓପିଏସ୍ ସ୍ତରରେ ଅଦଳବଦଳ: ୯ ଜଣ ଅଧିକାରୀଙ୍କୁ ନୂତନ ଦାୟିତ୍ୱ

November 1, 2026

ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଜାରି: ୬,୪୦୦ରୁ ଅଧିକ କର୍ମଚାରୀ ନିୟୋଜିତ

November 1, 2026

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026
Latest News

୧୮ତମ ନିଯୁକ୍ତି ମେଳା : ସେବକ ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

November 1, 2026

ଆଇପିଏସ୍ ଏବଂ ଓପିଏସ୍ ସ୍ତରରେ ଅଦଳବଦଳ: ୯ ଜଣ ଅଧିକାରୀଙ୍କୁ ନୂତନ ଦାୟିତ୍ୱ

November 1, 2026

ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଜାରି: ୬,୪୦୦ରୁ ଅଧିକ କର୍ମଚାରୀ ନିୟୋଜିତ

November 1, 2026

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026

ଅଷ୍ଟ୍ରେଲିଆର ପରାଜୟ ପରେ ବଦଳିଲା ସମୀକରଣ: କେମିତି WTC ଫାଇନାଲରେ ଯିବ ଟିମ୍ ଇଣ୍ଡିଆ?

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.