Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ଜିଲ୍ଲାପାଳ–ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
ଆଜିର ଖବର

ରଣପୁରରେ ଜିଲ୍ଲାପାଳ–ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

August 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁରରେ ଜିଲ୍ଲାପାଳ–ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
ରଣପୁରରେ ଜିଲ୍ଲାପାଳ–ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ରଣପୁର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରଣପୁର ବ୍ଲକ ପ୍ରଶାସନର ଆନୁକୂଲ୍ୟରେ ସୋମବାର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଲୋକଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣାଯିବା ସହ ତ୍ୱରିତ ସମାଧାନ ଉପରେ ଗୁରୁତ୍ୱ ଦିଆଯାଇଥିଲା।

ଏହି ଶିବିରରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଜିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ପରିଷଦ ସଭାପତି ଇଂ. ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ ସମେତ ଜିଲ୍ଲା ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।

ଲୋକମାନେ ଯେପରି ଶୀଘ୍ର ଓ ସୁବିଧାରେ ପ୍ରଶାସନିକ ସେବା ପାଇପାରିବେ, ସେଥିପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ରଣପୁର ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରଶାସନିକ ସେବା କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଥିଲେ। ଏହା ମାଧ୍ୟମରେ ଲୋକଙ୍କ ସମସ୍ୟାର ସମାଧାନ ଅଧିକ ସହଜ ଓ ତ୍ୱରିତ ହୋଇପାରିବ ବୋଲି ସେ କହିଥିଲେ।

ଶିବିରରେ କୃଷି, ପଞ୍ଚାୟତିରାଜ, ମତ୍ସ୍ୟ ଓ ପଶୁପାଳନ, ଉଦ୍ୟାନ, ସ୍ୱାସ୍ଥ୍ୟ, ବିଦ୍ୟୁତ, ଶିଶୁ କଲ୍ୟାଣ, ରାଜସ୍ୱ, ଜଙ୍ଗଲ ଓ ଶିକ୍ଷା ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଗ୍ରହଣ କରିଥିଲେ।

ଶିବିରରେ ସର୍ବମୋଟ ୧୯୪ଟି ଲିଖିତ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୧୭୪ଟି ଗ୍ରାମ୍ୟ ସମସ୍ୟା, ୫ଟି ମୁଖ୍ୟମନ୍ତ୍ରୀ ସହାୟତା ସମ୍ପର୍କିତ ଏବଂ ୧୫ଟି ଅନ୍ୟାନ୍ୟ ଅଭିଯୋଗ ରହିଥିଲା। ଏଥିରୁ ୧୦୬ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ଜଣାପଡ଼ିଛି।

ରଣପୁର ବିଡିଓ ମନୋଜ କୁମାର ନାୟକ ଶିବିରକୁ ଶୃଙ୍ଖଳିତ ଭାବେ ପରିଚାଳନା କରିଥିବାବେଳେ ବ୍ଲକର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।

ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ-ବାଦାମପାହାଡ଼ ମଧ୍ୟରେ ଗଡ଼ିବ ସିଧା ଟ୍ରେନ୍, ମୟୂରଭଞ୍ଜବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ହେବ ସାକାର

October 21, 2026

iPhone ବ୍ୟବହାରକାରୀଙ୍କ ପାଇଁ ଆସିପାରେ ନୂଆ ପେମେଣ୍ଟ ବିକଳ୍ପ, Apple Payକୁ ମିଳିବ ଚ୍ୟାଲେଞ୍ଜ!

October 20, 2026

CJP ପ୍ରସଙ୍ଗରେ ନବୀନଙ୍କ ସ୍ପଷ୍ଟ ଆଭିମୁଖ୍ୟ : ନବୀନଙ୍କ ଏକ୍ସ ପୋଷ୍ଟକୁ ନେଇ ଚର୍ଚ୍ଚା

October 20, 2026

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ୧୯୯୯ ବ୍ୟାଚ୍‌ର ବନ୍ଧୁମିଳନ ଉତ୍ସବ ସମ୍ପନ୍ନ

October 20, 2026
Latest News

ଆୟକର ନିୟମରେ ବଡ଼ ପରିବର୍ତ୍ତନ! TDS ପାଇଁ ଆଉ ୪ଟି ଫର୍ମ ନୁହେଁ, ଗୋଟିଏ ଫର୍ମରେ ହେବ ସବୁ କାମ

October 21, 2026

ଭାରତର ୩ ଶତ୍ରୁ: ଏକଜୁଟ ହେବାକୁ ମୋଦୀଙ୍କ ଆହ୍ୱାନ

October 21, 2026

ଭାରତରେ ଭିଟାମିନ୍ D ସଙ୍କଟ: ଜାଣନ୍ତୁ ଏହାର ୫ଟି ବଡ଼ କାରଣ

October 21, 2026

ୟୁକ୍ରେନରେ ଷ୍ଟାରଲିଙ୍କ ଇଣ୍ଟରନେଟ୍ ସେବାରେ କଟକଣା ଲଗାଇଲେ ଏଲନ୍‌ ମସ୍କ

October 21, 2026

ସିନ୍ଦେଙ୍କ CM ହେବା ଚର୍ଚ୍ଚା ତେଜ, ଶିବସେନା ନେତାଙ୍କ ବୟାନରେ ନୂଆ ରାଜନୈତିକ ଝଡ଼

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.