ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୋଧୁରୀ): ବ୍ରହ୍ମପୁର ସଦର ଥାନା ଓ ଏସ୍ ଏମ୍ ଆଇ ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। କିନ୍ତୁ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ।


