ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଧିରେ ଧିରେ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସମୟରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହା ସହ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।