Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍‌-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର: ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ
ଆଜିର ଖବର

୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍‌-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର: ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ

September 4, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୨୦୨୯ ସୁଦ୍ଧା ଓଡ଼ିଶାକୁ ନିଶାମୁକ୍ତ କରିବା ପାଇଁ ସରକାର ସଂକଳ୍ପବଦ୍ଧ। ତେଣୁ, ପୁଲିସ୍ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ପୁଲିସିଂ ନୀତି ଆପଣାଇବାକୁ ପଡ଼ିବ। ସରକାରଙ୍କ ‘ଶୂନ୍ୟ ସହନଶୀଳତା’ ନୀତିକୁ ଆଧାର କରି ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରହିବା, ୟୁନିଫର୍ମ ସର୍ଭିସରେ ସର୍ବୋଚ୍ଚ ଶୃଙ୍ଖଳା ବଜାୟ ରଖିବା ଏବଂ କ୍ଷମତାର ଅପବ୍ୟବହାର ନକରି ନିର୍ଦ୍ଦୋଷଙ୍କୁ ସୁରକ୍ଷା ଓ ଅପରାଧୀଙ୍କୁ ଆଇନ ଅନୁଯାୟୀ ଦଣ୍ଡ ଦେବା ପାଇଁ କାର୍ଯ୍ୟ କରିବାକୁ ହେବ। କୌଣସି ଅପରାଧୀ ଯେପରି ଖସି ନଯାଆନ୍ତି ଏବଂ ଜଣେ ହେଲେ ନିର୍ଦ୍ଦୋଷ ଯେପରି ହଇରାଣ ନହୁଅନ୍ତି, ସେଥିପ୍ରତି ସଜାଗ ରହି ‘ସେବା ଓ ସୁରକ୍ଷା’ ମନ୍ତ୍ରକୁ ଗୁରୁତ୍ୱ ଦେବାକୁ ହେବ।

ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀ ଠାରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍‌-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବ ନିଯୁକ୍ତିଙ୍କୁ ଏହି ଗୁରୁମନ୍ତ୍ରୀ ଦେଇଛନ୍ତି। ଦୁଇ ବର୍ଷର କଠୋର ଇନ୍‌ଡୋର ଓ ଆଉଟ୍‌ଡୋର ପ୍ରଶିକ୍ଷଣ ସଫଳତାର ସହ ସମ୍ପୂର୍ଣ୍ଣ କରିଥିବା ୩୩୬ ଜଣ ନବନିଯୁକ୍ତ କ୍ୟାଡେଟ୍ ସବ୍‌-ଇନ୍ସପେକ୍ଟରଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ବ୍ୟାଚ୍‌ରେ ୭୦ ଜଣ ମହିଳା ସବ୍‌-ଇନ୍ସପେକ୍ଟର ସାମିଲ ହେବା ସୌଭାଗ୍ୟର କଥା ଓ ଏହା ଓଡ଼ିଶାର ନାରୀ ସଶକ୍ତିକରଣ ଓ ପରିବର୍ତ୍ତିତ ସାମାଜିକ ଚିତ୍ରର ଏହା ଏକ ଉଜ୍ଜ୍ୱଳ ପ୍ରତିଫଳନ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି ଦିନଟି କେବଳ ଏକ ଔପଚାରିକ ପରେଡ଼ ନୁହେଁ, ବରଂ ନିଷ୍ଠା, ଶୃଙ୍ଖଳା, ତ୍ୟାଗ ଓ ଉତ୍କର୍ଷର ଉତ୍ସବ। ପୁଲିସ ପୋଷାକ କେବଳ ଏକ ୟୁନିଫର୍ମ ନୁହେଁ, ଏହା ସମ୍ବିଧାନ ପ୍ରଦତ୍ତ କ୍ଷମତା ଓ ସମାଜ ସେବାର ଗୁରୁଦାୟିତ୍ୱ ବହନ କରେ। ବର୍ଦ୍ଦି ଦେଉଥିବା କ୍ଷମତାର ସଦୁପଯୋଗ କରି ପ୍ରତ୍ୟେକ ଅଧିକାରୀ ସମାଜର ଦୁର୍ବଳ ଶ୍ରେଣୀକୁ ନ୍ୟାୟ ପ୍ରଦାନ କରିବା ଆବଶ୍ୟକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦକ୍ଷ ପରିଚାଳନାରେ ରାଜ୍ୟରୁ ମାଓ ଓ ନକ୍ସଲ ହିଂସା ସମ୍ପୂର୍ଣ୍ଣ ଦମନ ହୋଇପାରିଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗାମୀ ଦଶ ବର୍ଷ ମଧ୍ୟରେ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଶିଳ୍ପାୟନ ଏବଂ ଶାନ୍ତି-ଶୃଙ୍ଖଳା ଅପରିହାର୍ଯ୍ୟ ବୋଲି ଦର୍ଶାଇ ମୁଖ୍ୟମନ୍ତ୍ରୀ ପୁଲିସ ବିଭାଗର ଆଧୁନିକୀକରଣ ଓ ମାନବ ସମ୍ବଳ ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଗତ ଦୁଇ ବର୍ଷ ମଧ୍ୟରେ ପୁଲିସ ବିଭାଗରେ ୧୭,୭୯୪ଟି ନୂତନ ପଦବୀ ସୃଷ୍ଟି କରାଯିବା ସହ ୫,୮୧୭ଟି ପଦବୀ ପୂରଣ କରାଯାଇଛି ଏବଂ ଥାନାଗୁଡ଼ିକର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ ଯାନବାହାନ ଓ ଇନ୍ଧନ ଭତ୍ତା ପ୍ରଦାନ କରାଯାଉଛି।

ଉକ୍ତ ସମାରୋହରେ ବିଭିନ୍ନ ବିଭାଗରେ ଉତ୍କର୍ଷ ହାସଲ କରିଥିବା କୃତୀ କ୍ୟାଡେଟ୍‌ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ। ଏଥିରେ ପି. ନଳିନୀ ରାଓଙ୍କୁ ସର୍ବାଧିକ ନମ୍ବର ହାସଲ କରି ରାଜ୍ୟପାଳଙ୍କ ପଦକ, ଟ୍ରଫି ସହ ୧୦,୦୦୦ ଟଙ୍କାର ନଗଦ ପୁରସ୍କାର ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ। ଏଥି ସହ ତେଜସ୍ୱିନୀ ମହନ୍ତରାୟ, ଯୁଧିଷ୍ଠିର ବେହେରା, ଲକ୍ଷ୍ମଣ କୁମାର ମହନ୍ତ, ସସ୍ମିତା ଖୁଣ୍ଟିଆ, ନିହାରିକା ତ୍ରିପାଠୀ ଓ ଆଶୁତୋଷ ନାୟକଙ୍କୁ ପୁଲିସ ପ୍ରଶିକ୍ଷଣରେ ଉତ୍ତମ ପ୍ରଦର୍ଶନ ନିମନ୍ତେ ମୁଖ୍ୟମନ୍ତ୍ରୀ ଟ୍ରଫି ସହ ପୁରସ୍କାର ପ୍ରଦାନ କରିଥିଲେ । ସମାରୋହରେ ପୁଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର କହିଛନ୍ତି ଯେ ପୁଲିସ ଅଧିକାରୀମାନେ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ କାର୍ଯ୍ୟ କରିବା ଉଚିତ। ପୁଲିସ ସେବାରେ ଅନେକ ସମସ୍ୟା ଓ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଲେ ମଧ୍ୟ, ସେମାନଙ୍କୁ ସମ୍ପୂର୍ଣ୍ଣ ସାହସିକତା, ନିଷ୍ଠା ଓ ସାଧୁତାର ସହିତ ନିଜର ଦାୟିତ୍ୱ ତୁଲାଇବାକୁ ହେବ। ଏହା ସହିତ ସାଇବର ଅପରାଧ ଭଳି ଆଧୁନିକ ସମସ୍ୟାର ମୁକାବିଲା କରିବା ପାଇଁ ପ୍ରଯୁକ୍ତିବିଦ୍ୟା ଏବଂ ସ୍ମାର୍ଟ ପୋଲିସିଂ ବ୍ୟବସ୍ଥାର ଉପଯୋଗ କରିବା ଜରୁରୀ ଅଟେ। ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀର ନିର୍ଦ୍ଦେଶକ ତଥା ପୋଲିସ ମହାନିରୀକ୍ଷକ ଅନୁପ କୁମାର ସାହୁ ସ୍ୱାଗତ ଅଭିଭାଷଣ ଦେବା ସହ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ।

Chief Minister's key advice at the passing-out parade of the 13th batch of Cadet Sub-Inspectors: Stay completely away from corruption.
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିରେ ମେଣ୍ଟ ମହାଯୁଦ୍ଧ : ‘ବଡ଼ ଭାଇ’ ପାଇଁ ବଡ଼ ଲଢ଼େଇ

September 4, 2026

ଆଧୁନିକ ଏଲଏଚବି କୋଚ ସହ ଚାଲିବ ପୁରୀ-ପାଟଣା-ପୁରୀ ଏକ୍ସପ୍ରେସ୍

September 4, 2026

ପୋଲିସ ମୁଖ୍ୟାଳୟରେ ଅଘଟଣ: ପୋଖରୀରେ ବୁଡ଼ି ନବନିଯୁକ୍ତ ଗୃହରକ୍ଷୀଙ୍କ ମୃତ୍ୟୁ

September 4, 2026

ପ୍ରବଳ ବର୍ଷାରେ ବୁଡ଼ିଲା ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦର

September 4, 2026
Latest News

୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍‌-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର: ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ

September 4, 2026

‘ନାନ୍‌’ରୁ ଆରମ୍ଭ, ବିଧାନସଭାରେ ଶେଷ! ୧୭୦ ଟଙ୍କାର ବିଲ୍‌କୁ ନେଇ ବିବାଦ

September 4, 2026

ୟୁପିରେ ମେଣ୍ଟ ମହାଯୁଦ୍ଧ : ‘ବଡ଼ ଭାଇ’ ପାଇଁ ବଡ଼ ଲଢ଼େଇ

September 4, 2026

ଆଧୁନିକ ଏଲଏଚବି କୋଚ ସହ ଚାଲିବ ପୁରୀ-ପାଟଣା-ପୁରୀ ଏକ୍ସପ୍ରେସ୍

September 4, 2026

ପୋଲିସ ମୁଖ୍ୟାଳୟରେ ଅଘଟଣ: ପୋଖରୀରେ ବୁଡ଼ି ନବନିଯୁକ୍ତ ଗୃହରକ୍ଷୀଙ୍କ ମୃତ୍ୟୁ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.