ଭୁବନେଶ୍ଵର: ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପାଟି। ଏହି ଗସ୍ତ ଅବସରରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ବିଶିଷ୍ଟ ବ୍ୟକ୍ତିଙ୍କୁ ସାକ୍ଷାତ କରିଛନ୍ତି। ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ରାଜ୍ୟର ବିକାଶ ଓ ଜନସାଧାରଣଙ୍କ କଲ୍ୟାଣ ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରାଜ୍ୟପାଳ ଆଲୋଚନା କରିଥିଲେ। ଏହି ତିନିଦିନିଆ ଗସ୍ତ ଅବସରରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନଙ୍କ ସହ ସାକ୍ଷାତ କରି ରାଜ୍ୟର ବିକାଶ ସମ୍ପର୍କିତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।


