Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ
ଆଜିର ଖବର

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି। ଅକ୍ଟୋବର ୨୬ରୁ ଆରମ୍ଭ ହେବ ସର୍ଭେ। ଘର ଘର ବୁଲି ସର୍ଭେ କରଯିବ। ଏହା ପୂର୍ବରୁ ଅଧିକାରୀମାନଙ୍କୁ ଟ୍ରେନିଂ ଦିଆଯିବ। ସେପ୍ଟେମ୍ବର ୨୩ରେ ମାଷ୍ଟର୍ ଟ୍ରେନର୍ ମାନଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଭୁବନେଶ୍ୱରସ୍ଥିତ ରାଜ୍ୟ ସମ୍ମିଳନୀ କକ୍ଷରେ ପ୍ରଶିକ୍ଷଣ ଦିଆଯିବ। ଜିଲ୍ଲାସ୍ତରରେ ପ୍ରଶିକ୍ଷକ ଭାବେ କାର୍ଯ୍ୟ କରିବାକୁ ଥିବା ଅଧିକାରୀମାନଙ୍କୁ ଏଥିରେ ଯୋଗଦେବାକୁ କୁହାଯାଇଛି। ଏହି ମାଷ୍ଟର ଟ୍ରେନରମାନେ ପରବର୍ତ୍ତୀ ସମୟରେ ଜିଲ୍ଲା ଓ ବ୍ଲକ୍‌ସ୍ତରରେ ଟ୍ରେନରମାନଙ୍କୁ ପ୍ରଶିକ୍ଷଣ ଦେବେ। ଅକ୍ଟୋବର ୨୬ରୁ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ଘର ଘର ବୁଲି ସର୍ଭେ କରିବେ ଅଧିକାରୀ।
ପ୍ରକାଶ ଯେ ଆସନ୍ତା ୨୦୨୭ ମାର୍ଚ୍ଚ ଶେଷ ଭାଗ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶୁକ୍ରବାର ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ କହିଛନ୍ତି ଯେ, ପଞ୍ଚାୟତ ଏବଂ ମ୍ୟୁନିସିପାଲିଟି ନିର୍ବାଚନ ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଏବଂ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ସାରା ରାଜ୍ୟରେ ଭୋଟର ତାଲିକା ସଂଶୋଧନ ଏବଂ ଯାଞ୍ଚ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ସୁରୁଖୁରୁରେ ସମ୍ପନ୍ନ କରିବା ଲକ୍ଷ୍ୟ ବି ରହିଛି। ଅକ୍ଟୋବର ୨୬ରୁ ନଭେମ୍ବର ୭ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଏକ ବ୍ୟାପକ ‘ଡୋର-ଟୁ-ଡୋର୍‌’ ବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟକ୍ରମ କରାଯିବ। ଏହି ଦୀର୍ଘ ସମୟ ମଧ୍ୟରେ ନିଯୁକ୍ତ ଅଧିକାରୀମାନେ ଲୋକଙ୍କ ଘରକୁ ଯାଇ ଭୋଟର୍‌ମାନଙ୍କ ସମ୍ପର୍କିତ ସମସ୍ତ ତଥ୍ୟ ସଂଗ୍ରହ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବେ। ନୂଆ କରି ୧୮ ବର୍ଷ ବୟସ ଅତିକ୍ରମ କରିଥିବା ଯୋଗ୍ୟ ଯୁବ ଭୋଟର୍‌ମାନଙ୍କ ନାମ ତାଲିକାରେ ସାମିଲ କରିବା ଉପରେ ଗୁରୁତ୍ୱ ଦିଆଯିବ। ସେହିପରି ମୃତ କିମ୍ବା ସ୍ଥାନାନ୍ତରିତ ହୋଇଥିବା ବ୍ୟକ୍ତିଙ୍କ ନାମ ତାଲିକାରୁ ବାଦ୍ ଦେବା ଏବଂ ଭୋଟର ପରିଚୟ ପତ୍ରରେ ଥିବା ଅନ୍ୟାନ୍ୟ ତ୍ରୁଟିଗୁଡ଼ିକୁ ସୁଧାରିବା ଉପରେ ଏହି କ୍ଷେତ୍ରସ୍ତରୀୟ ସର୍ଭେରେ ପ୍ରାଧାନ୍ୟ ଦିଆଯିବ। ତେବେ ଏହି ବ୍ୟାପକ ସର୍ଭେ ଆରମ୍ଭ ହେବା ପୂର୍ବରୁ, ଏଥିରେ ସାମିଲ ହେବାକୁ ଥିବା ଅଧିକାରୀମାନଙ୍କୁ ଏକ ସ୍ୱତନ୍ତ୍ର ତାଲିମ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି।
ଶ୍ରୀ ପାଢ଼ୀ କହିଛନ୍ତି ଯେ, ଜିଲ୍ଲା ସ୍ତରରେ ମୁଖ୍ୟ ଟ୍ରେନର ଭାବେ କାର୍ଯ୍ୟ କରିବାକୁ ଥିବା ଅଧିକାରୀମାନଙ୍କୁ ଶିବିରରେ ବାଧ୍ୟତାମୂଳକ ଭାବେ ଯୋଗ ଦେବେ। ଭୋଟର୍ ତାଲିକା ପ୍ରସ୍ତୁତି ପ୍ରକ୍ରିୟାରେ କେଉଁ ସବୁ ନୂତନ ନିୟମାବଳୀ ଏବଂ ମାର୍ଗଦର୍ଶିକା ପାଳନ କରାଯିବ। ଏହି ତାଲିମରେ ବିସ୍ତୃତ ଭାବେ ବୁଝାଯିବ। ରାଜ୍ୟସ୍ତରୀୟ ତାଲିମ କାର୍ଯ୍ୟକ୍ରମ ସଫଳତାର ସହ ଶେଷ ହେବା ପରେ, ଉକ୍ତ ମାଷ୍ଟର ଟ୍ରେନରମାନେ ନିଜ ନିଜ ଜିଲ୍ଲା ଏବଂ ବ୍ଲକ୍‌ସ୍ତରକୁ ଯାଇ କ୍ଷେତ୍ର ଅଧିକାରୀମାନଙ୍କୁ ଆବଶ୍ୟକୀୟ ତାଲିମ ପ୍ରଦାନ କରିବେ। ଏହାପରେ ବ୍ଲକ୍ ସ୍ତରରେ ତାଲିମପ୍ରାପ୍ତ ଏହି ଅଧିକାରୀମାନେ ହିଁ ଅକ୍ଟୋବର ମାସରୁ ଆରମ୍ଭ ହେବାକୁ ଥିବା ଘରକୁ ଘର ସର୍ଭେରେ ସିଧାସଳଖ ନିୟୋଜିତ ହୋଇ ଲୋକଙ୍କ ଠାରୁ ତଥ୍ୟ ସଂଗ୍ରହ କରିବେ ବୋଲି ସେ ପ୍ରକାଶ କରିଛନ୍ତି।

ପଞ୍ଚାୟତ ନିର୍ବାଚନ ପୌର ନିର୍ବାଚନ ଭୋଟର ତାଲିକା
Share. Facebook Twitter LinkedIn Email WhatsApp Copy Link

Related Posts

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026
Latest News

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.