ରାଉରକେଲା: ଘରେ ପଶି ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ। ରାଉରକେଲା ସେକ୍ଟର-୬ ଜାମଟୋଲି ବସ୍ତିରେ ଘଟିଛି ଏହି ଘଟଣା। ଆକ୍ରମଣରେ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାବେଳେ ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, କିଛି ଯୁବକ ଘରେ ପଶି ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହା ସହିତ ଏକ କାର୍ରେ ମଧ୍ୟ ଭଙ୍ଗାରୁଜା କରାଯାଇଥିବା ଜଣାପଡ଼ିଛି। ଆକ୍ରମଣ ପରେ ଗୁରୁତର ଆହତ ଯୁବକଙ୍କୁ ତୁରନ୍ତ ମେଡିକାଲ ନିଆଯାଇଥିଲା।
ତେବେ ଆକ୍ରମଣ ପଛର ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ। ଘଟଣାକୁ ନେଇ ସେକ୍ଟର-୭ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି। ଆକ୍ରମଣରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପର୍କରେ ପୁଲିସ ତଥ୍ୟ ସଂଗ୍ରହ କରୁଛି।


