ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସ ଅବସରରେ ବିଜେପି ପକ୍ଷରୁ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି। ଏନେଇ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଭୂମିପୂଜନ ହୋଇଛି। ଏହି ଅବସରରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବିଧାୟକ ଇରାଶିଷ ଆଚାର୍ଯ୍ୟ ଓ ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭପତି ଅଭିଳାଷ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


