Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ
ଆଜିର ଖବର

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି
ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

ଭୁବନେଶ୍ୱର: ୨୦୨୭ର ପୌର ଓ ପଞ୍ଚାୟତ ନିର୍ବାଚନକୁ ନଜରରେ ରଖି ଓଡ଼ିଶାରେ ସଙ୍ଗଠନ ମଜଭୁତ କରିବାକୁ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଛି। ତୃଣମୂଳସ୍ତରରେ ସଙ୍ଗଠନକୁ ସକ୍ରିୟ କରିବା ସହ ଯୁବପିଢ଼ି ଓ ଜେନ୍-ଜିଙ୍କୁ ନେଇ ଦଳ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଯୋଜନା କରାଯାଇଛି।

ଏହି କ୍ରମରେ ଅକ୍ଟୋବରରେ ଭୁବନେଶ୍ୱରରେ ‘ଛାତ୍ର କି ଗୁଞ୍ଜ’ କାର୍ଯ୍ୟକ୍ରମ ଆୟୋଜନ ପାଇଁ ପ୍ରସ୍ତାବ ଦିଆଯାଇଛି। ଏଥିରେ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେବାର ସମ୍ଭାବନା ରହିଛି। ପ୍ରାୟ ୨୦ ହଜାର ଯୁବକ-ଯୁବତୀ ଏଥିରେ ସାମିଲ ହେବାର ଲକ୍ଷ୍ୟ ରହିଛି।

ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସୂଚନା ଅନୁଯାୟୀ, ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ପାଇଁ ଏଆଇସିସିକୁ ପ୍ରସ୍ତାବ ଦିଆଯାଇଛି। ତାରିଖ ଓ ସମୟ ଚୂଡ଼ାନ୍ତ ହେବା ପରେ କାର୍ଯ୍ୟକ୍ରମର ପ୍ରସ୍ତୁତି ଆଗକୁ ବଢ଼ିବ।

ଅନ୍ୟପକ୍ଷରେ, ଅକ୍ଟୋବର ୨ରୁ ନବରଙ୍ଗପୁରରୁ କଂଗ୍ରେସ ପଦଯାତ୍ରା ଆରମ୍ଭ କରିବାକୁ ଯୋଜନା କରିଛି। ବିଭିନ୍ନ ବ୍ଲକ୍‌ରେ ପଦଯାତ୍ରା ମାଧ୍ୟମରେ ସ୍ଥାନୀୟ ସମସ୍ୟା ଉଠାଇବା ସହ କାର୍ଯ୍ୟକର୍ତ୍ତାଙ୍କୁ ସଙ୍ଗଠିତ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି।

କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ ଆଗାମୀ ଦିନରେ କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ, ସମାବେଶ ଓ ଜେନ୍-ଜି କେନ୍ଦ୍ରିକ କାର୍ଯ୍ୟକ୍ରମ ଜାରି ରହିବ। ଜାନୁଆରୀ-ଫେବ୍ରୁଆରୀ ମଧ୍ୟରେ ପ୍ରିୟଙ୍କା ଗାନ୍ଧୀ ଓ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ମଧ୍ୟ ଯୋଜନା ରହିଥିବା ଭକ୍ତ ଦାସ କହିଛନ୍ତି।

୨୦୨୭ର ପୌର ଓ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏହି ସବୁ କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାରେ ଦଳର ସଙ୍ଗଠନକୁ ତୃଣମୂଳସ୍ତରରେ ସୁଦୃଢ଼ କରିବାକୁ କଂଗ୍ରେସ ଲକ୍ଷ୍ୟ ରଖିଛି।

2027election rahulgandhi
Share. Facebook Twitter LinkedIn Email WhatsApp Copy Link

Related Posts

୨୩ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ମୁରାସୁ, କାଲି ଭୀଷଣ ବାତ୍ୟା ଆଶଙ୍କା

November 1, 2026

ଆଜି ଗ୍ଲେନ ଫିଲିପ୍ସ ଟାର୍ଗେଟରେ ୩ ବଡ଼ ରେକର୍ଡ: ଶତକର ହେବେ ନୂଆ ବାଦଶାହ

November 1, 2026

INDIA ମେଣ୍ଟ ରାଲି ପୂର୍ବରୁ କଡା ସୁରକ୍ଷା: ୪୦୦୦ ପୁଲିସ, CAPFର ୨୭୦ କମ୍ପାନୀ ମୁତୟନ

November 1, 2026

ଭୁବନେଶ୍ୱରରେ ଭୟଙ୍କର ସିରିଜ୍ ଦୁର୍ଘଟଣା: ଜୀବନ ନେଲା ଦ୍ରୁତଗାମୀ ବସ୍, ୨ ମୃତ; ଏକାଧିକ ଆହତ

November 1, 2026
Latest News

୨୩ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ମୁରାସୁ, କାଲି ଭୀଷଣ ବାତ୍ୟା ଆଶଙ୍କା

November 1, 2026

ଆଜି ଗ୍ଲେନ ଫିଲିପ୍ସ ଟାର୍ଗେଟରେ ୩ ବଡ଼ ରେକର୍ଡ: ଶତକର ହେବେ ନୂଆ ବାଦଶାହ

November 1, 2026

INDIA ମେଣ୍ଟ ରାଲି ପୂର୍ବରୁ କଡା ସୁରକ୍ଷା: ୪୦୦୦ ପୁଲିସ, CAPFର ୨୭୦ କମ୍ପାନୀ ମୁତୟନ

November 1, 2026

ଭୁବନେଶ୍ୱରରେ ଭୟଙ୍କର ସିରିଜ୍ ଦୁର୍ଘଟଣା: ଜୀବନ ନେଲା ଦ୍ରୁତଗାମୀ ବସ୍, ୨ ମୃତ; ଏକାଧିକ ଆହତ

November 1, 2026

ଦୀପାବଳି ପୂର୍ବରୁ ମହଙ୍ଗା ମାଡ଼! ବଢ଼ିଲା CNG ଦର

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.