Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ
ଆଜିର ଖବର

ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

September 16, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ
ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍‌ଏନ୍‌ସି)କ୍ୟାମ୍ପସ-୧ ଓ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ (ଏସ୍‌ପିଏସ୍‌) କ୍ୟାମ୍ପସ-୧ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବୁଧବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଛି।

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ-୧ର ୨୦୨୨ -୨୬ ବ୍ୟାଚର ବି ଫାର୍ମା, ୨୦୨୪-୨୬ ବ୍ୟାଚ୍‌ର ଏମ୍‌.ଫାର୍ମା, ୨୦୨୧- ୨୬ ବ୍ୟାଚ୍‌ର ଇନ୍‌ଟିଗ୍ରେଟେଡ ଏମ୍‌ଏସ୍‌ସି ବାୟୋଟେକ୍ନୋଲଜି, ୨୦୨୪-୨୬ ବ୍ୟାଚ୍‌ର ଏମ୍‌ଏସ୍‌ସି ବାୟୋଟେକ୍ନୋଲିର ଛାତ୍ରଛାତ୍ରୀ ଓ ସମ୍ ନର୍ସିଂ କଲେଜ କ୍ୟାମ୍ପସ୍‌-୧ର ୨୦୨୩ -୨୦୨୫ ବ୍ୟାଚର ଏମ୍‌ଏସ୍‌ସି ନର୍ସିଂ, ୨୦୨୧-୨୫ ବ୍ୟାଚର ବିଏସ୍‌ସି (ନର୍ସିଂ), ୨୦୨୩ -୨୫ ବ୍ୟାଚର ପୋଷ୍ଟ ବେସିକ୍ ବିଏସ୍‌ସି ନର୍ସିଂ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ଠାରୁ ଡିଗ୍ରୀ ଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ବିଶ୍ୱବିଦ୍ୟାଳୟରୁ ଗ୍ରହଣ କରିଥିବା ଶିକ୍ଷା ଯୋଗୁଁ ସେମାନେ ସ୍ୱାସ୍ଥ୍ୟ ବିଜ୍ଞାନ ସହ ଯୋଡି ହୋଇପାରିଥିବା କହିଥିଲେ। କୋଭିଡ ମହାମାରୀ ସମୟରେ ନର୍ସ, ଫାର୍ମାସିଷ୍ଟ ଓ ପାରାମେଡିକ୍ସଙ୍କର ମହତ୍ କାର୍ଯ୍ୟ ସାରା ବିଶ୍ୱ ଦେଖିଛି। ସେମାନଙ୍କ ଯୋଗୁଁ ହିଁ କୋଟି କୋଟି ଲୋକଙ୍କର ଜୀବନ ରକ୍ଷା ହୋଇପାରିଛି ବୋଲି କୁଳପତି କହିବା ସହ ଏହି ପାଠ୍ୟକ୍ରମରେ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ଭବିଷ୍ୟତରେ ସମାଜର ହିତ ନିମନ୍ତେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ।

ଏହି ଅବସରରେ ଉପ-କୁଳପତି ପ୍ରଫେସର ନୀତା ମହାନ୍ତି ଓ ପ୍ରଫେସର ଅନୁପ କୁମାର ସାମନ୍ତରାୟ,ଏସ୍‌ପିଏସ୍‌-୧ର ଡିନ୍ ପ୍ରଫେସର ଦେବଜ୍ୟୋତି ଦାସ,ଏସ୍‌ଏନ୍‌ସି -୧ର ଡିନ୍ ପ୍ରଫେସର ସସ୍ମିତା ଦାସ, ସେଂଟର ଅଫ୍ ବାୟୋଟେକ୍ନୋଲୋଜିର ମୁଖ୍ୟ ପ୍ରଫେସର ସଂଘମିତ୍ରା ନାୟକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଏସ୍‌ଏନ୍‌ସିର ନିର୍ଦ୍ଦେଶକ ପ୍ରଫେସର ପ୍ରଭାତି ତ୍ରିପାଠୀ, ଏସ୍‌ପିଏସ୍‌-୧ ଓ ଏସ୍‌ଏନ୍‌ସି-୧ର ବିଭିନ୍ନ ବିଭାଗର ମୁଖ୍ୟ, ପ୍ରଫେସର ତଥା ଏକାଡେମିକ୍ କାଉନ୍‌ସିଲର ସଦସ୍ୟ ଓ ଫ୍ୟାକଲ୍ଟି ମେମ୍ବରମାନେ ଉପସ୍ଥିତ ଥିଲେ।

ସେଂଟର ଅଫ୍ ବାୟୋଟେକ୍ନୋଲୋଜିର ମୁଖ୍ୟ ପ୍ରଫେସର ସଂଘମିତ୍ରା ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଫାର୍ମାସୀ ଫ୍ୟାକଲ୍ଟି ଅଫ୍ ନର୍ସିଂ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

୨୩ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ମୁରାସୁ, କାଲି ଭୀଷଣ ବାତ୍ୟା ଆଶଙ୍କା

November 1, 2026

ଆଜି ଗ୍ଲେନ ଫିଲିପ୍ସ ଟାର୍ଗେଟରେ ୩ ବଡ଼ ରେକର୍ଡ: ଶତକର ହେବେ ନୂଆ ବାଦଶାହ

November 1, 2026

INDIA ମେଣ୍ଟ ରାଲି ପୂର୍ବରୁ କଡା ସୁରକ୍ଷା: ୪୦୦୦ ପୁଲିସ, CAPFର ୨୭୦ କମ୍ପାନୀ ମୁତୟନ

November 1, 2026

ଭୁବନେଶ୍ୱରରେ ଭୟଙ୍କର ସିରିଜ୍ ଦୁର୍ଘଟଣା: ଜୀବନ ନେଲା ଦ୍ରୁତଗାମୀ ବସ୍, ୨ ମୃତ; ଏକାଧିକ ଆହତ

November 1, 2026
Latest News

୨୩ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ମୁରାସୁ, କାଲି ଭୀଷଣ ବାତ୍ୟା ଆଶଙ୍କା

November 1, 2026

ଆଜି ଗ୍ଲେନ ଫିଲିପ୍ସ ଟାର୍ଗେଟରେ ୩ ବଡ଼ ରେକର୍ଡ: ଶତକର ହେବେ ନୂଆ ବାଦଶାହ

November 1, 2026

INDIA ମେଣ୍ଟ ରାଲି ପୂର୍ବରୁ କଡା ସୁରକ୍ଷା: ୪୦୦୦ ପୁଲିସ, CAPFର ୨୭୦ କମ୍ପାନୀ ମୁତୟନ

November 1, 2026

ଭୁବନେଶ୍ୱରରେ ଭୟଙ୍କର ସିରିଜ୍ ଦୁର୍ଘଟଣା: ଜୀବନ ନେଲା ଦ୍ରୁତଗାମୀ ବସ୍, ୨ ମୃତ; ଏକାଧିକ ଆହତ

November 1, 2026

ଦୀପାବଳି ପୂର୍ବରୁ ମହଙ୍ଗା ମାଡ଼! ବଢ଼ିଲା CNG ଦର

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.