Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ
ଆଜିର ଖବର

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ
କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

ଭୁବନେଶ୍ୱର: ତୃଣମୂଳ ସ୍ତରରେ କ୍ରୀଡ଼ାର ପ୍ରସାର ଏବଂ ବିଦ୍ୟାଳୟର ପିଲାମାନଙ୍କୁ କ୍ରୀଡ଼ା କ୍ଷେତ୍ରରେ ଅଧିକ ସୁଯୋଗ ପ୍ରଦାନ କରିବା ଲକ୍ଷ୍ୟରେ, ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଢେଙ୍କାନାଳର ନଅଟି ସରକାରୀ ବିଦ୍ୟାଳୟର ୧୧୫ ଜଣ ଛାତ୍ରଛାତ୍ରୀଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମସ୍ଥିତ ‘ରିଲାଏନ୍ସ ଫାଉଣ୍ଡେସନ ଆଥଲେଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର’ କୁ ଏକ ସ୍ୱତନ୍ତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କ୍ରମରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏଁ ୫୮ ଜଣ ଛାତ୍ରୀ ଏବଂ ୫୭ ଜଣ ଛାତ୍ର ନେଇ ଗଠିତ ଏକ ପ୍ରଫେସନାଲ କ୍ରୀଡ଼ା ପରିବେଶର ଅନୁଭୂତି ଲାଭ କରିଥିଲେ ଏବଂ ଦୌଡ଼, ଲଙ୍ଗ୍ ଜମ୍ପ୍ ଓ ଜାଭେଲିନ୍ ଥ୍ରୋ ଭଳି ତିନୋଟି ଆଥଲେଟିକ୍ସ ବର୍ଗରେ ଆୟୋଜିତ ଏକ ପ୍ରଦର୍ଶନ-ଭିତ୍ତିକ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।

ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ପିଲାମାନଙ୍କୁ କ୍ରୀଡ଼ା ପ୍ରତି ଆକର୍ଷିତ କରିବା ସହିତ ସେମାନଙ୍କ ମଧ୍ୟରେ ଶାରୀରିକ ସୁସ୍ଥତା, ଶୃଙ୍ଖଳା, ଆତ୍ମବିଶ୍ୱାସ, ଦଳଗତ ମନୋଭାବ ଓ କ୍ରୀଡ଼ାସୁଲଭ ମନୋଭାବର ବିକାଶକୁ ଉତ୍ସାହିତ କରିବା ଏବଂ ଆଥଲେଟିକ୍ସ ବା ଦୌଡକୁଡ କ୍ଷେତ୍ରରେ ସେମାନଙ୍କର ଆଗ୍ରହ ଓ ପ୍ରତିଭାକୁ ଚିହ୍ନଟ ତଥା ବିକଶିତ କରିବାରେ ସହାୟତା କରିବା।

ଏହି ପରିଦର୍ଶନ କାର୍ଯ୍ୟକ୍ରମ ତୃଣମୂଳ ସ୍ତରରେ କ୍ରୀଡ଼ାର ବିକାଶ ଏବଂ କ୍ରୀଡ଼ା ମାଧ୍ୟମରେ ପିଲାମାନଙ୍କ ପାଇଁ ଆନନ୍ଦ ଓ ସେମାନଙ୍କ ପ୍ରତିଭା ଆବିଷ୍କାରର ସୁଯୋଗ ସୃଷ୍ଟି କରିବା ଦିଗରେ ରିଲାଏନ୍ସ ଫାଉଣ୍ଡେସନର ବ୍ୟାପକ ପ୍ରତିଶ୍ରୁତିବଦ୍ଧତାର ଏକ ଅଂଶ ଅଟେ।

କ୍ରୀଡ଼ାକୁ ଶ୍ରେଣୀଗୃହର ସୀମା ବାହାରକୁ ନେଇ, ଏହି ପଦକ୍ଷେପ ଗ୍ରାମାଞ୍ଚଳର ପିଲାମାନଙ୍କ ମଧ୍ୟରେ ଅଧିକ ଅଂଶଗ୍ରହଣକୁ ଉତ୍ସାହିତ କରିବା ଏବଂ ସେମାନଙ୍କର ସର୍ବାଙ୍ଗୀନ ବିକାଶରେ ଯୋଗଦାନ କରିବାକୁ ଲକ୍ଷ୍ୟ ରଖିଛି।
କଳିଙ୍ଗ ଷ୍ଟାଡିୟମ୍‌ସ୍ଥିତ ‘ରିଲାଏନ୍ସ ଫାଉଣ୍ଡେସନ ଆଥଲେଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର’ ଓଡ଼ିଶା ସରକାରଙ୍କ ସହଯୋଗରେ ରିଲାଏନ୍ସ ଫାଉଣ୍ଡେସନ ଦ୍ୱାରା ପରିଚାଳିତ ହେଉଛି, ଯାହା ରାଜ୍ୟରେ ଆଥଲେଟିକ୍ସ ପ୍ରତିଭା ବିକାଶ ଏବଂ ତୃଣମୂଳ ସ୍ତରରେ କ୍ରୀଡ଼ାର ବିକାଶରେ ସହାୟତା ପ୍ରଦାନ କରୁଛି।

କଳିଙ୍ଗ ଷ୍ଟାଡିୟମ ଢେଙ୍କାନାଳ ବିଶ୍ୱସ୍ତରୀୟ ଅନୁଭୂତି ରିଲାଏନ୍ସ ଫାଉଣ୍ଡେସନ
Share. Facebook Twitter LinkedIn Email WhatsApp Copy Link

Related Posts

କଲେଜ ନିର୍ବାଚନୀ ହିଂସା: ଅଣଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼

October 10, 2026

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

‘ସିଜେପି ପ୍ରତିବାଦଠାରୁ ନିଜକୁ ଦୂରେଇ ରଖନ୍ତୁ”: ଯୁବପିଢ଼ିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୌଲାନା

October 10, 2026
Latest News

କଲେଜ ନିର୍ବାଚନୀ ହିଂସା: ଅଣଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼

October 10, 2026

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

“ଗଣତନ୍ତ୍ରର ମରାମତି ପୁଣି ଥରେ ଆରମ୍ଭ ହେବ”: CJP ପ୍ରତିବାଦ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.