Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା
ଆଜିର ଖବର

ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା

September 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
The Health Minister is reviewing the preparedness for the rainy season.
The Health Minister is reviewing the preparedness for the rainy season.

ଭୁବନେଶ୍ୱର: ସମ୍ଭାବ୍ୟ ଲଗାଣ ବର୍ଷା ସଫଳ ମୁକାବିଲା ସମୟରେ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ଓ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନେଇ ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଏକ ଆଭାସି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସମ୍ଭାବ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି, ଜରୁରୀକାଳୀନ ସ୍ୱାସ୍ଥ୍ୟସେବା, ଔଷଧ ଓ ଆବଶ୍ୟକୀୟ ଚିକିତ୍ସା ସାମଗ୍ରୀର ଉପଲବ୍ଧତା, ଆମ୍ବୁଲାନ୍ସ ବ୍ୟବସ୍ଥା ଏବଂ ହସ୍ପିଟାଲଗୁଡ଼ିକର ପ୍ରସ୍ତୁତି ଆଦି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ମନ୍ତ୍ରୀ ଡା. ମହାଲିଙ୍ଗ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଯେପରି ବାଧାପ୍ରାପ୍ତ ନହୁଏ, ସେଥିପାଇଁ ସମସ୍ତ ଅଧିକାରୀଙ୍କୁ ସତର୍କ ଓ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ କହିଥିଲେ। ଲଗାଣ ବର୍ଷା ପ୍ରଭାବିତ ଅଞ୍ଚଳରେ ଜରୁରୀକାଳୀନ ଚିକିତ୍ସାସେବା ତୁରନ୍ତ ଉପଲବ୍ଧ କରାଇବା ସହ ହସ୍ପିଟାଲଗୁଡ଼ିକରେ ଆବଶ୍ୟକ ପ୍ରସ୍ତୁତି ଓ ସମ୍ପଦ ସୁନିଶ୍ଚିତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର ଜନସାଧାରଣଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟସେବା ପ୍ରତି ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ସେ ସମ୍ଭାବ୍ୟ ଲଗାଣ ବର୍ଷାକୁ ନେଇ ଜନସାଧାରଣ ଭୟଭୀତ ନହୋଇ ସତର୍କ ରହିବା ସହ ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀକୁ ଅନୁସରଣ କରିବାକୁ ସେ ଅନୁରୋଧ କରିଛନ୍ତି । ଏହି ଆଭାସି ବୈଠକରେ ସ୍ୱାସ୍ଥ୍ୟ ବିଭାଗର କମିଶନର ତଥା ସଚିବ ଆସ୍ୱତି ଏସ, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼. ରବୀନ୍ଦ୍ର ନାଥ ମିଶ୍ର, ସ୍ୱାସ୍ଥ୍ୟ ସେବା ନିର୍ଦେଶକ ମହେଶ ମୋହନ ପଣ୍ଡା, ଡିଏମଇଟି ଦୁର୍ଗା ମାଧବ ଶତପଥୀ , ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଧିକାରୀ ତଥା ସମସ୍ତ ମେଡିକାଲ କଲେଜର ଡିନ୍ ଓ ପ୍ରିନ୍ସିପାଲ ପ୍ରମୁଖ ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ।

ବର୍ଷା ମୁକାବିଲା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

Heavy Rain Alert: ଆଜି ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

October 19, 2026

କୋଲକାତା ଅଘଟଣ ପରେ ଓଡ଼ିଶା ପୋଲିସ ଆଲର୍ଟ, ନିୟମ ଭାଙ୍ଗିଲେ ଆକ୍ସନ!

October 19, 2026

ଜାଣନ୍ତୁ ଅକ୍ଟୋବର ୧୯ ତାରିଖ ସୋମବାରର ରାଶିଫଳ, କଣ ରହିଛି ଆଜିର ଭାଗ୍ୟଫଳ

October 19, 2026

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026
Latest News

ଆଲର୍ଜି ଭାବି ଅଣଦେଖା କରୁଛନ୍ତି କି? ଚର୍ମର ଏହି ଲକ୍ଷଣ ଦେଉଛି ବଡ଼ ସଙ୍କେତ

October 19, 2026

ଦରମା ଭଲ, ତଥାପି ଚାକିରି ଛାଡ଼ୁଛନ୍ତି କର୍ମଚାରୀ, ଜାଣନ୍ତୁ କାରଣ କଣ ?

October 19, 2026

Heavy Rain Alert: ଆଜି ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

October 19, 2026

କୋଲକାତା ଅଘଟଣ ପରେ ଓଡ଼ିଶା ପୋଲିସ ଆଲର୍ଟ, ନିୟମ ଭାଙ୍ଗିଲେ ଆକ୍ସନ!

October 19, 2026

ଜାଣନ୍ତୁ ଅକ୍ଟୋବର ୧୯ ତାରିଖ ସୋମବାରର ରାଶିଫଳ, କଣ ରହିଛି ଆଜିର ଭାଗ୍ୟଫଳ

October 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.