Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବପାତର ରୂପ ନେଉଛି ଲଘୁଚାପ: ଆଜି ରାତିରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହେବ ପ୍ରବଳ ବର୍ଷା
ଆଜିର ଖବର

ଅବପାତର ରୂପ ନେଉଛି ଲଘୁଚାପ: ଆଜି ରାତିରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହେବ ପ୍ରବଳ ବର୍ଷା

September 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅବପାତର ରୂପ ନେଉଛି ଲଘୁଚାପ: ଆଜି ରାତିରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଜି ରାତିରୁ ୨୪ ତାରିଖ ପାହାନ୍ତା ମଧ୍ୟରେ ଏହା ବିଶାଖାପାଟଣା ଏବଂ ଗୋପାଳପୁର ମଧ୍ୟବର୍ତ୍ତୀ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି।

ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୫୫ ରୁ ୬୫ କିଲୋମିଟର ରହିବ। ତେବେ ଉପକୂଳ ଅତିକ୍ରମ କରିବା ସମୟରେ ଏହାର ଗତି କମିଯିବାକୁ ଥିବାରୁ ଦକ୍ଷିଣ ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ। ୨୪ ତାରିଖ ସୁଦ୍ଧା ଏହି ପ୍ରକ୍ରିୟା ଧୀରେ ଧୀରେ ଛତିଶଗଡ଼ ଆଡ଼କୁ ଗତି କରିବା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଗଞ୍ଜାମ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନରେ ପାଠପଢ଼ା ଅସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ତେବେ ଶିକ୍ଷକ, କଲେଜ ପ୍ରଶାସକ ଓ କର୍ମଚାରୀମାନେ କାର୍ଯ୍ୟାଳୟରେ ଉପସ୍ଥିତ ରହିବା ବାଧ୍ୟତାମୂଳକ କରାଯାଇଛି। ଭୂସ୍ଖଳନ ଆଶଙ୍କା ଥିବାରୁ କଳିଙ୍ଗା ଘାଟି ରାସ୍ତାକୁ ୨୩ ଓ ୨୪ ତାରିଖ ଦୁଇ ଦିନ ପାଇଁ ସମ୍ପୂର୍ଣ୍ଣ ବନ୍ଦ କରାଯାଇ ଦୁର୍ଗାପ୍ରସାଦ ଠାରେ ବ୍ୟାରିକେଟ୍ ପକାଯାଇଛି। ଭଞ୍ଜନଗର ଜଳଭଣ୍ଡାରର ସ୍ଥିତିକୁ ଦୃଷ୍ଟିରେ ରଖି ଗେଟ୍ ଖୋଲାଯିବା ସହ ତଳମୁଣ୍ଡର ଗାଁଗୁଡ଼ିକୁ ସତର୍କ କରାଯାଇଛି। ଗଜପତିର ମୋହନା, ଦିଗପହଣ୍ଡି ଓ ଚୁଡିଆଲାଞ୍ଜି ଅଞ୍ଚଳରେ ଗଛ ଭାଙ୍ଗିବା ସହ ତୁହାକୁ ତୁହା ବର୍ଷା ଜାରି ରହିଛି। ରାୟଗଡ଼ା, ମାଲକାନାଗିରି ଓ କୋରାପୁଟ ଆଦି ଜିଲ୍ଲା ପାଇଁ ଆଲର୍ଟ ଜାରି କରାଯାଇଛି। ସାଧାରଣ ନାଗରିକଙ୍କୁ ଅନାବଶ୍ୟକ ଯାତ୍ରାରୁ ନିବୃତ୍ତ ରହିବାକୁ ପରାମର୍ଶ ଦିଆଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି।

ଦକ୍ଷିଣ ଓଡ଼ିଶା. ଲଘୁଚାପ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.