Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍
ଆଜିର ଖବର

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ନିକଟରେ ଘଟିଛି ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ଓଲଟି ପଡ଼ିଛି କଦଳୀ ବୋଝେଇ ଟ୍ରକ୍। ଦୁର୍ଘଟଣା ପରେ ଟ୍ରକ୍‌ରେ ଥିବା କଦଳୀ ରାସ୍ତା ଉପରେ ପଡ଼ିଯିବାରୁ ଭୁବନେଶ୍ୱର-କଟକ ଜାତୀୟ ରାଜପଥରେ କିଛି ସମୟ ପାଇଁ ଯାତାୟାତ ପ୍ରଭାବିତ ହୋଇଥିଲା।

ମିଳିଥିବା ସୂଚନା ଅନୁସାରେ, କଦଳୀ ବୋଝେଇ ଟ୍ରକ୍‌ଟି ଆନ୍ଧ୍ରପ୍ରଦେଶରୁ ଯାଜପୁର ଅଭିମୁଖେ ଯାଉଥିଲା। ରାତି ସମୟରେ ଜୟଦେବ ବିହାର ନିକଟରେ ଟ୍ରକ୍‌ଟି ଯାଉଥିବା ବେଳେ ସାମ୍ନାରେ ଥିବା ଏକ କାର୍ ହଠାତ୍ ବ୍ରେକ୍ ମାରିଥିଲା। ଏହା ପରେ ଟ୍ରକ୍ ଚାଳକ ଭାରସାମ୍ୟ ହରାଇଥିବା ଜଣାପଡ଼ିଛି। ଫଳରେ ଟ୍ରକ୍‌ଟି ରାସ୍ତା ଉପରେ ଓଲଟି ପଡ଼ିଥିଲା।

ଟ୍ରକ୍ ଓଲଟିବା ପରେ ଏଥିରେ ଥିବା କଦଳୀ ରାସ୍ତା ଉପରେ ପଡ଼ିଯାଇଥିଲା। ଫଳରେ ଜାତୀୟ ରାଜପଥରେ ଯାନବାହନ ଚଳାଚଳରେ ସାମୟିକ ସମସ୍ୟା ସୃଷ୍ଟି ହୋଇଥିଲା। ଘଟଣା ପରେ ରାସ୍ତାରେ ଗାଡ଼ି ଧୀରେ ଧୀରେ ଚଳାଚଳ କରିଥିଲା।

ଦୁର୍ଘଟଣାର ଖବର ପାଇ ନୟାପଲ୍ଲୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଆହତ ଟ୍ରକ୍ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇଥିଲା। ପରେ କ୍ରେନ୍ ସାହାଯ୍ୟରେ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ରାସ୍ତା କଡ଼କୁ ନିଆଯାଇଥିଲା।

ଏହା ସହିତ ରାସ୍ତା ଉପରେ ପଡ଼ିଥିବା କଦଳୀଗୁଡ଼ିକୁ ପିସିଆର୍ ଓ ପୁଲିସ କର୍ମଚାରୀମାନେ ସଫା କରିଥିଲେ। ଟ୍ରକ୍‌ଟିକୁ ହଟାଇବା ଓ ରାସ୍ତା ସଫା କରାଯିବା ପରେ ଭୁବନେଶ୍ୱର-କଟକ ଜାତୀୟ ରାଜପଥରେ ଯାତାୟାତ ପୁଣି ସ୍ୱାଭାବିକ ହୋଇଥିଲା।

accident
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.