Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକକୁ ପିଟିଲା କାର, ମନ୍ତ୍ରୀଙ୍କ ଝିଅଙ୍କ ସହ ୪ ମୃତ
ଆଜିର ଖବର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକକୁ ପିଟିଲା କାର, ମନ୍ତ୍ରୀଙ୍କ ଝିଅଙ୍କ ସହ ୪ ମୃତ

September 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକକୁ ପିଟିଲା କାର, ମନ୍ତ୍ରୀଙ୍କ ଝିଅଙ୍କ ସହ ୪ ମୃତ

ଜାମସେଦପୁର: ଜାମସେଦପୁରର ସୋନାରୀ ଥାନା ଅନ୍ତର୍ଗତ ମାରାଇନ୍ ଡ୍ରାଇଭ୍‌ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଗୁରୁବାର ଭୋର ପ୍ରାୟ ୩ଟା ସମୟରେ ଦୋମୁହାନୀ ନିକଟରେ ଏକ ଦ୍ରୁତଗାମୀ କାର୍‌ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍‌ ସହ ପିଟିହେବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଝାଡ଼ଖଣ୍ଡର ଗ୍ରାମୀଣ ବିକାଶ ମନ୍ତ୍ରୀ ଦୀପିକା ପାଣ୍ଡେ ସିଂହଙ୍କ ସାନ ଝିଅ ତ୍ରିଶା ସିଂହ ରହିଛନ୍ତି। ମୃତ ଅନ୍ୟ ୩ ଜଣ ହେଲେ ସାର୍ଥକ ଅଗ୍ରୱାଲ, ନମନ ଗୁପ୍ତା ଏବଂ ବଂଶିକା ଖଣ୍ଡେଲୱାଲ। ପୋଲିସ ସୂଚନା ଅନୁସାରେ, ଏହି ୪ ଜଣ ଏକ ଧଳା ରଙ୍ଗର ସ୍ୱିଫ୍ଟ କାର୍‌ରେ ଯାତ୍ରା କରୁଥିବା ବେଳେ ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍‌ ପଛରେ ପିଟି ହୋଇଯାଇଥିଲେ। ଧକ୍କା ଏତେ ଜୋରଦାର ଥିଲା ଯେ କାର୍‌ର ଉପରି ଭାଗ ସମ୍ପୂର୍ଣ୍ଣ ଚୂରମାର ହୋଇ ଟ୍ରକ୍‌ ତଳେ ପଶିଯାଇଥିଲା। ଫଳରେ ୪ ଜଣ ଯାତ୍ରୀ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଉଦ୍ଧାର କରିଥିଲା।

କାର୍ ଦୁର୍ଘଟଣା ଜାମସେଦପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍‌ଏସ୍‌ଏପି ଅବଧି ୫ ବର୍ଷ ବୃଦ୍ଧି

October 14, 2026

Netflixରେ ଛଟେଇ ଝଡ଼! ୧୦୦୦ କର୍ମଚାରୀଙ୍କ ଚାକିରି ଉପରେ ବିପଦ

October 14, 2026

ସାମ୍ବାଦିକ ଅଧିକୃତୀକରଣ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍‌ର ନିର୍ଦ୍ଦେଶ

October 14, 2026

ଓଡ଼ିଶା ପୋଲିସ ଚାକିରି ଆଶାୟୀଙ୍କ ପାଇଁ ଖବର, ୨୯ ତାରିଖ ସୁଦ୍ଧା ଶେଷ କରନ୍ତୁ ଏହି କାମ

October 14, 2026
Latest News

ଏନ୍‌ଏସ୍‌ଏପି ଅବଧି ୫ ବର୍ଷ ବୃଦ୍ଧି

October 14, 2026

Netflixରେ ଛଟେଇ ଝଡ଼! ୧୦୦୦ କର୍ମଚାରୀଙ୍କ ଚାକିରି ଉପରେ ବିପଦ

October 14, 2026

ସାମ୍ବାଦିକ ଅଧିକୃତୀକରଣ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍‌ର ନିର୍ଦ୍ଦେଶ

October 14, 2026

ଓଡ଼ିଶା ପୋଲିସ ଚାକିରି ଆଶାୟୀଙ୍କ ପାଇଁ ଖବର, ୨୯ ତାରିଖ ସୁଦ୍ଧା ଶେଷ କରନ୍ତୁ ଏହି କାମ

October 14, 2026

ଜ୍ଞାନେଶ କୁମାରଙ୍କୁ ଟାର୍ଗେଟ୍ କଲେ ପ୍ରଶାନ୍ତ କିଶୋର, ନିର୍ବାଚନ କମିଶନଙ୍କ ଭୂମିକା ଉପରେ ପ୍ରଶ୍ନ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.