Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରୀକ୍ଷା ସଂସ୍କାର ନେଇ ଉଚ୍ଚଶିକ୍ଷା ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକ: ପରୀକ୍ଷା ଖାତା ମୂଲ୍ୟାୟନକାରୀଙ୍କ ପାଉଣା ବଢ଼ିବ ବୋଲି ଅରୁଣ ସାହୁଙ୍କ ସୂଚନା
ଆଜିର ଖବର

ପରୀକ୍ଷା ସଂସ୍କାର ନେଇ ଉଚ୍ଚଶିକ୍ଷା ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକ: ପରୀକ୍ଷା ଖାତା ମୂଲ୍ୟାୟନକାରୀଙ୍କ ପାଉଣା ବଢ଼ିବ ବୋଲି ଅରୁଣ ସାହୁଙ୍କ ସୂଚନା

August 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ସରକାର ବିଭିନ୍ନ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ଆଜି ଉଚ୍ଚ ଶିକ୍ଷା ପରୀକ୍ଷା ସଂସ୍କାର ନେଇ ଉଚ୍ଚଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ଠିକ ସମୟରେ ପରୀକ୍ଷା ଶେଷ କରିବାକୁ ସମସ୍ତ ବିଶ୍ୱବିଦ୍ୟାଳୟ କୁଳ ସଚିବ ଓ ପରୀକ୍ଷା ନିୟନ୍ତ୍ରକଙ୍କ ସହ  ଆଲୋଚନା କରାଯାଇଛି । ଏହା ସହ ଠିକ ସମୟରେ ପରୀକ୍ଷା ଓ ରେଜଲ୍ଟ ପାଇଁ ଆଗୁଆ କୋର୍ସ ସାରିବାକୁ ଗୁରୁତ୍ୱ । ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନ ପତ୍ର ସେଟ୍ ବି ବଢିବ ବୋଲି ବୈଠକ ଶେଷ ହେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ଦେଇଛନ୍ତି । ଏହା ସହ ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବୃଦ୍ଧି କରାଯିବ ବୋଲି ମଧ୍ୟ ସେ କହିଛନ୍ତି। ପୂର୍ବରୁ ଖାତା ଦେଖା ପାଇଁ  ୧୫ରୁ ୨୦ ଟଙ୍କା ମିଳୁଥିଲା କିନ୍ତୁ ଏବେ ଖାତା ଦେଖା ପାଇଁ ୩୦ ଟଙ୍କା ମିଳିବ । ଏହା ସହ ପ୍ରଶ୍ନ ପ୍ରସ୍ତୁତକାରୀଙ୍କ ପାଉଣା ମଧ୍ୟ ବୃଦ୍ଧି କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ପ୍ରଶ୍ନ ପ୍ରସ୍ତୁତକାରୀଙ୍କୁ ପୂର୍ବରୁ ମିଳୁଥିଲା ୫୦୦ କିନ୍ତୁ ବର୍ତ୍ତମାନ ୧୦୦୦ ଟଙ୍କା ମିଳିବ । ୧୫ଟି କଲେଜକୁ ନେଇ ଗୋଟିଏ ମୂଲ୍ୟାୟନ କେନ୍ଦ୍ର ହେବ । ଠିକ୍‌ ସମୟରେ ପାଠପଢ଼ା, ପରୀକ୍ଷା ଓ ଫଳ ପ୍ରକାଶ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଉଚ୍ଚଶିକ୍ଷା ସଂସ୍କାର ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ସଚିବ ଓ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ, ବିଶ୍ୱବିଦ୍ୟାଳୟ କୁଳ ସଚିବ ଓ ପରୀକ୍ଷା ନିୟନ୍ତ୍ରକ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026
Latest News

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.