Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଆଇପିଏସ ସର୍ବଣା ବିବେକ
ଆଜିର ଖବର

ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଆଇପିଏସ ସର୍ବଣା ବିବେକ

September 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଆଇପିଏସ ସର୍ବଣା ବିବେକ
ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଆଇପିଏସ ସର୍ବଣା ବିବେକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ନୂଆ ଡିସିପି ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ୨୦୧୫ ବ୍ୟାଚ୍‌ର ବରିଷ୍ଠ ଆଇପିଏସ ଅଫିସର ଡ. ସର୍ବଣା ବିବେକ ଏମ୍‌। ଶୁକ୍ରବାର ପୋଲିସ ସେବା ଭବନରେ ପହଞ୍ଚି ସେ ଆନୁଷ୍ଠାନିକ ଭାବେ ନିଜର ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବ୍ରହ୍ମପୁର ଏସ୍‌ପି ଭାବେ ସଫଳତାର ସହ କାର୍ଯ୍ୟ ତୁଲାଉଥିଲେ।

ସୂଚନାଯୋଗ୍ୟ ଯେ, ଗତ ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଥିଲେ। ଏହି ବଦଳି ପ୍ରକ୍ରିୟାରେ ସର୍ବଣା ବିବେକ ଏମ୍‌ଙ୍କୁ ଭୁବନେଶ୍ୱର ଡିସିପି ଭାବେ ଅବସ୍ଥାପିତ କରାଯାଇଥିଲା। ପୂର୍ବତନ ଡିସିପି ଜଗମୋହନ ମୀନା ଚାକିରିରୁ ଇସ୍ତଫା ଦେବା ପରେ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀଟି ଖାଲି ପଡ଼ିଥିଲା।

ନିଜର କାର୍ଯ୍ୟଦକ୍ଷତା, ସାହାସିକତା ଏବଂ କଠୋର ଆଇନଶୃଙ୍ଖଳା ପରିଚାଳନା ପାଇଁ ପୂର୍ବରୁ ଅନେକ ସମୟରେ ଚର୍ଚ୍ଚାରେ ରହିଆସିଛନ୍ତି ଡ. ସର୍ବଣା ବିବେକ। ଦାୟିତ୍ୱ ଗ୍ରହଣ କରିବା ପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାଜଧାନୀରେ ଆଇନଶୃଙ୍ଖଳା ରକ୍ଷା କରିବା ଏବଂ ଅପରାଧ ନିୟନ୍ତ୍ରଣ କରିବା ଆମର ମୁଖ୍ୟ ଲକ୍ଷ୍ୟ। ଏଥିପାଇଁ ଆମ ସମସ୍ତଙ୍କୁ ଗୋଟିଏ ମଜବୁତ ‘ଟିମ୍’ ହୋଇ କାମ କରିବାକୁ ପଡ଼ିବ। ସାଧାରଣ ଲୋକଙ୍କୁ ସୁରକ୍ଷା ଯୋଗାଇଦେବା ସହ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନ କରିବାକୁ ପ୍ରାଥମିକତା ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।

ଡ଼ିସିପି ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.