Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରିୟାଣାରେ ତିନି ମହଲା ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଶ୍ରମିକ ମୃତ, ୧୦ରୁ ଅଧିକ ଆହତ
ଆଜିର ଖବର

ହରିୟାଣାରେ ତିନି ମହଲା ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଶ୍ରମିକ ମୃତ, ୧୦ରୁ ଅଧିକ ଆହତ

September 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ହରିୟାଣାରେ ତିନି ମହଲା ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଶ୍ରମିକ ମୃତ, ୧୦ରୁ ଅଧିକ ଆହତ

ହରିୟାଣା : ହରିୟାଣା ଅମ୍ବାଲା ସହର ନିକଟସ୍ଥ ଧୂଲକୋଟ ଗାଁରେ ଏକ ଦୁଃଖଦ ଅଘଟଣ ଘଟିଯାଇଛି। ଏକ ନିର୍ମାଣାଧୀନ ତିନି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ରୁ ଅଧିକ ଶ୍ରମିକ ଆହତ ହୋଇଛନ୍ତି।

ପ୍ରଥମ ମହଲାର ଛାତ ପାଇଁ କଂକ୍ରିଟ୍ ସ୍ଲାବ ଢଳେଇ କାମ ଚାଲିଥିବା ବେଳେ ହଠାତ୍ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେବା ସହ ନିଜେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଦେଇଥିଲେ। ଘଟଣାସ୍ଥଳରୁ ୧୨ ଜଣ ଆହତ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ୫ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଥିବା ବେଳେ ୨ ଜଣ ଡିସଚାର୍ଜ ହୋଇଛନ୍ତି ଏବଂ ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ସନ୍ଧ୍ୟାରେ ୪ ଜଣ ଶ୍ରମିକଙ୍କୁ ଡାକ୍ତରଖାନାକୁ ମୃତ ଅବସ୍ଥାରେ ଅଣାଯାଇଥିଲା। ସେମାନଙ୍କର ମୃତଦେହ ବ୍ୟବଚ୍ଛେଦ କରାଯିବ।

ଅମ୍ବାଲା ଏସପି ଅଜିତ ସିଂ ଶେଖାୱତଙ୍କ ସୂଚନା ଅନୁଯାୟୀ, ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣା ପରେ ଏନଡିଆରଏଫ, ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏସଡିଆରଏଫ) ଏବଂ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବ୍ୟାପକ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଭଗ୍ନାବଶେଷ ତଳେ ଆଉ କିଛି ଶ୍ରମିକ ଫସି ରହିଥିବା ସନ୍ଦେହ କରାଯାଉଥିବାରୁ ବୁଲଡୋଜର ସାହାଯ୍ୟରେ ମାଟି ଓ କଂକ୍ରିଟ୍ ହଟାଇ ସେମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଚାଲିଛି।

ନିର୍ମାଣାଧୀନ କୋଠା ଶ୍ରମିକ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026

ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ଭୁବନେଶ୍ୱରରୁ ଗିରଫ ହେଲେ ଅଭିଯୁକ୍ତ ଜିତେନ୍‌, ସହଯୋଗୀଙ୍କୁ ଖୋଜୁଛି ପୁଲିସ

October 18, 2026
Latest News

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026

୨୨ରୁ ଲଘୁଚାପ ସମ୍ଭାବନା, ଫିକା ପଡ଼ିବନି ପାର୍ବଣ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.