Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ
ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

ଭୁବନେଶ୍ୱର: ଚାଲିଥିବା ସ୍ୱଚ୍ଛତା ହି ସେବା ୨୦୨୬ ଅଭିଯାନର ଅଂଶସ୍ୱରୂପ ପୂର୍ବ ତଟ ରେଳପଥ ପକ୍ଷରୁ ଆଜି ମହାତ୍ମା ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳନ କରାଯାଇଛି। ଏହି ଅବସରରେ ପୂର୍ବ ତଟ ରେଳପଥ ମୁଖ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଏହି ଅବସରରେ କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ରେଳ ହାଉସ୍ ଗେଟ୍ ଠାରୁ ରେଳ କୁଞ୍ଜ କଲୋନୀ ଦେଇ ରେଳ ସଦନ ପର୍ଯ୍ୟନ୍ତ ପ୍ରଭାତ ଫେରୀ ଆୟୋଜିତ ହୋଇଥିଲା। ଏଥିରେ ଅଧିକାରୀ ଓ କର୍ମଚାରୀମାନେ ଉତ୍ସାହର ସହିତ ଯୋଗଦେଇ ସ୍ୱଚ୍ଛତା ଏବଂ ସାମୂହିକ ଦାୟିତ୍ୱବୋଧର ବାର୍ତ୍ତା ପ୍ରଚାର କରିଥିଲେ।

ପ୍ରଭାତ ଫେରୀ ପରେ ରେଳ ସଦନ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହା ମାଧ୍ୟମରେ ପରିବେଶ ସୁରକ୍ଷା ଓ ସ୍ଥାୟୀ ପରିବେଶ ପ୍ରତି ଗୁରୁତ୍ୱ ଦିଆଯାଇଥିଲା। ଏହି ଅବସରରେ ସ୍ୱଚ୍ଛତା ଶପଥ ଓ ସ୍ୱଚ୍ଛତା ପରିଚର୍ଚ୍ଚା ମଧ୍ୟ ଆୟୋଜିତ ହୋଇଥିଲା। ଏଥିରେ ଅଧିକାରୀ ଓ କର୍ମଚାରୀମାନେ ସ୍ୱଚ୍ଛତା ପ୍ରତି ନିଜର ପ୍ରତିବଦ୍ଧତାକୁ ପୁନଃ ଦୋହରାଇଥିଲେ।

ପୂର୍ବ ତଟ ରେଳପଥରେ ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ‘ସ୍ୱଚ୍ଛତା ପକ୍ଷ’ ପାଳନ କରାଯାଉଥିବାବେଳେ ଏହା ସହିତ ସମକାଳୀନ ଭାବେ ସ୍ୱଚ୍ଛ ଭାରତ ଦିବସ ମଧ୍ୟ ପାଳିତ ହୋଇଯାଇଛି। ଏହି ଅଭିଯାନରେ ସ୍ୱଚ୍ଛତା, ଜନସହଭାଗିତା, ଦାୟିତ୍ୱପୂର୍ଣ୍ଣ ବର୍ଜ୍ୟବସ୍ତୁ ପରିଚାଳନା ଏବଂ ସ୍ଥାୟୀ ଅଭ୍ୟାସ ଉପରେ ଗୁରୁତ୍ୱ ଦିଆଯାଉଥିବା ବେଳେ ରେଳ କର୍ମଚାରୀ ଓ ଅନ୍ୟାନ୍ୟ ଅଂଶୀଦାରମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରୁଛନ୍ତି।

ଗାନ୍ଧୀ ଜୟନ୍ତୀ ପୂର୍ବତଟ ରେଳପଥ ସ୍ୱଚ୍ଛ ଭାରତ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ସାଇକେଲ ଶୋଭାଯାତ୍ରା: ସହର ବୁଲି ବାଣ୍ଟିଲେ ସ୍ୱଚ୍ଛତାର ବାର୍ତ୍ତା

October 2, 2026

ନିଶାମୁକ୍ତ ଯୁବ ଭାରତ ପାଇଁ ଗଣ ଦୌଡ଼

October 2, 2026
Latest News

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ସାଇକେଲ ଶୋଭାଯାତ୍ରା: ସହର ବୁଲି ବାଣ୍ଟିଲେ ସ୍ୱଚ୍ଛତାର ବାର୍ତ୍ତା

October 2, 2026

ନିଶାମୁକ୍ତ ଯୁବ ଭାରତ ପାଇଁ ଗଣ ଦୌଡ଼

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.