Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ
ଆଜିର ଖବର

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ
ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

ଭୁବନେଶ୍ୱର: ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ପୁରୀ ରେଳ ଷ୍ଟେସନର ନିରୀକ୍ଷଣ କରି ଚାଲିଥିବା ଷ୍ଟେସନ ପୁନଃବିକାଶ କାର୍ଯ୍ୟ, ଯାତ୍ରୀ ସୁବିଧା ଏବଂ ଷ୍ଟେସନର ସାମଗ୍ରିକ ପରିଚାଳନାଗତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।

ନିରୀକ୍ଷଣ ସମୟରେ ମହାପ୍ରବନ୍ଧକ ପୁରୀ ରେଳ ଷ୍ଟେସନରେ ଚାଲିଥିବା ବିଭିନ୍ନ ପୁନଃବିକାଶ ଓ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ଗୁଣବତ୍ତା ମାନଦଣ୍ଡ ବଜାୟ ରଖି କାର୍ଯ୍ୟଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ସହ ଏହି କାର୍ଯ୍ୟ ଯୋଗୁଁ ଯାତ୍ରୀମାନଙ୍କୁ ଯେପରି ଅସୁବିଧା ନହୁଏ, ତାହା ସୁନିଶ୍ଚିତ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ।

ଶ୍ରୀ ଫୁଙ୍କୱାଲ ଷ୍ଟେସନରେ ଉପଲବ୍ଧ ଯାତ୍ରୀ ସୁବିଧାଗୁଡ଼ିକର ମଧ୍ୟ ନିରୀକ୍ଷଣ କରିଥିଲେ ଏବଂ ରେଳ ଯାତ୍ରୀମାନଙ୍କ ସୁବିଧା ପାଇଁ କରାଯାଉଥିବା ବିଭିର୍ଣ୍ଣ ବ୍ୟବସ୍ଥାର ସମୀକ୍ଷା କରିଥିଲେ। ବିଶେଷକରି ପୁରୀ ରେଳ ଷ୍ଟେସନ ବର୍ଷସାରା ବହୁ ସଂଖ୍ୟକ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକଙ୍କୁ ସେବା ଯୋଗାଉଥିବାରୁ ଯାତ୍ରୀ ସୁବିଧାଗୁଡ଼ିକର ନିୟମିତ ନିରୀକ୍ଷଣ ଓ ନିରନ୍ତର ଉନ୍ନତି ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ମହାପ୍ରବନ୍ଧକ ଷ୍ଟେସନରେ ପାନୀୟ ଜଳର ଗୁଣବତ୍ତା ମଧ୍ୟ ଯାଞ୍ଚ କରିଥିଲେ। ପାନୀୟ ଜଳରେ ନିର୍ଦ୍ଧାରିତ ଗୁଣବତ୍ତା ମାନଦଣ୍ଡଗୁଡ଼ିକୁ କଡ଼ାକଡ଼ି ଭାବେ ବଜାୟ ରଖିବା ସହ ଯାତ୍ରୀମାନଙ୍କୁ ନିରାପଦ ଓ ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ନିୟମିତ ଭାବେ ପାନୀୟ ଜଳର ପରୀକ୍ଷା ଓ ନିରୀକ୍ଷଣ କରିବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଖୋର୍ଦ୍ଧା ରୋଡ଼ ମଣ୍ଡଳର ରେଳ ପ୍ରବନ୍ଧକ (ଡିଆରଏମ୍)ଙ୍କ ସମେତ ପୂର୍ବ ତଟ ରେଳପଥ ମୁଖ୍ୟାଳୟ ଏବଂ ଖୋର୍ଦ୍ଧା ରୋଡ଼ ମଣ୍ଡଳର ବରିଷ୍ଠ ଅଧିକାରୀମାନେ ମହାପ୍ରବନ୍ଧକଙ୍କ ସହିତ ନିରୀକ୍ଷଣ ସମୟରେ ଉପସ୍ଥିତ ଥିଲେ।

ପରମେଶ୍ୱର ଫୁଙ୍କୱାଲ ପୁରୀ ରେଳ ଷ୍ଟେସନ ପୂର୍ବ ତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026

ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନର ନେତୃତ୍ୱ ନେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026

ପାଞ୍ଚୋଟି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଶୁଭ ଖବର, ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 4, 2026
Latest News

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026

ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନର ନେତୃତ୍ୱ ନେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026

ପାଞ୍ଚୋଟି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଶୁଭ ଖବର, ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.