Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ
ଆଜିର ଖବର

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଅନୁଗୁଳ: ଥାନାଠାରୁ ମାତ୍ର ପ୍ରାୟ ୧ କିଲୋମିଟର ଦୂରରେ ଗୁଳିକାଣ୍ଡ। ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଗୁଳିମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିବା ପରେ ଅନୁଗୁଳର ବନ୍ତଳା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକ ହେଲେ ବନ୍ତଳା ଗାଁର ୩୭ ବର୍ଷୀୟ ସୁଶାନ୍ତ ପ୍ରଧାନ ଓରଫ କାଳିଆ। ଗୁଳିକାଣ୍ଡ ପରେ ଅଭିଯୁକ୍ତ ଘଟଣାସ୍ଥଳରେ ବନ୍ଧୁକ ଛାଡ଼ି ଫେରାର ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଅନୁଗୁଳ ବ୍ଲକ୍‌ ବନ୍ତଳା ଗାଁର ନିମ୍ବଛକ ନିକଟରେ ସୁଶାନ୍ତ ପ୍ରଧାନ ଓରଫ କାଳିଆଙ୍କ ସହ ସେହି ଗାଁର ଅବସରପ୍ରାପ୍ତ ସେନା କର୍ମଚାରୀ ପ୍ରକାଶ ସାହୁଙ୍କର କୌଣସି କାରଣକୁ ନେଇ ବିବାଦ ହୋଇଥିଲା। ପରେ ବଚସା ଉଗ୍ରରୂପ ନେଇଥିଲା। ଉଭୟଙ୍କ ମଧ୍ୟରେ ମାରପିଟ୍ ହୋଇଥିବା ବେଳେ ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରକାଶ ନିଜ ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ସୁଶାନ୍ତଙ୍କୁ ଲକ୍ଷ୍ୟ କରି ଗୁଳି ଚଳାଇଥିବା ଅଭିଯୋଗ ହୋଇଛି।

ଅଭିଯୁକ୍ତଙ୍କ ଗୁଳି ସୁଶାନ୍ତଙ୍କ ଛାତିରେ ବାଜିଥିଲା। ଗୁଳିମାଡ଼ରେ ସେ ଗୁରୁତର ହୋଇପଡ଼ିଥିଲେ। ଘଟଣା ପରେ ତାଙ୍କୁ ଉଦ୍ଧାର କରି ବନ୍ତଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ସୁଶାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ଗୁଳିକାଣ୍ଡ ଖବର ପ୍ରଚାର ହେବା ପରେ ବନ୍ତଳା ଅଞ୍ଚଳରେ ଆତଙ୍କ ଓ ଉତ୍ତେଜନା ସୃଷ୍ଟି ହୋଇଛି।

ଗୁଳି ଚଳାଇବା ପରେ ଅଭିଯୁକ୍ତ ପ୍ରକାଶ ସାହୁ ଘଟଣାସ୍ଥଳରେ ବନ୍ଧୁକ ଛାଡ଼ି ଫେରାର ହୋଇଯାଇଥିବା ପୁଲିସ ପକ୍ଷରୁ ଜଣାପଡ଼ିଛି। ଘଟଣା ସମ୍ପର୍କରେ ଖବର ପାଇ ବନ୍ତଳା ଥାନା ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ ଘଟଣାସ୍ଥଳରୁ ଗୁଳିକାଣ୍ଡରେ ବ୍ୟବହୃତ ବନ୍ଧୁକକୁ ଜବତ କରିଛି। ଏହାସହ ଘଟଣାର ଛାନଭିନ ଆରମ୍ଭ କରିଛି।

ଗୁଳିକାଣ୍ଡ ପରେ ବରିଷ୍ଠ ପୁଲିସ ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଗୁଳିକାଣ୍ଡର ପ୍ରକୃତ କାରଣ କ’ଣ, ବିବାଦ କିପରି ଆରମ୍ଭ ହୋଇଥିଲା ଏବଂ ଘଟଣାରେ ଆଉ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେନେଇ ପୁଲିସ ତଦନ୍ତ ଜାରି ରଖିଛି। ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ପୁଲିସ ପକ୍ଷରୁ ଖୋଜାଖୋଜି ଆରମ୍ଭ ହୋଇଛି। ଘଟଣାକୁ ନେଇ ବନ୍ତଳା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

#CrimeNews #GunFiring ଯୁବକଙ୍କୁ ଗୁଳିମାଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026

ଭୂସ୍ଖଳନ ଯୋଗୁଁ ଟ୍ରେନ୍ ସେବା ପ୍ରଭାବିତ: ବାତିଲ ହେଲା ଟ୍ରେନ

October 6, 2026

ବିଦ୍ୟୁତ୍ ଆଘାତରେ ଯୁବକ ମୃତ

October 6, 2026
Latest News

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026

ଭୂସ୍ଖଳନ ଯୋଗୁଁ ଟ୍ରେନ୍ ସେବା ପ୍ରଭାବିତ: ବାତିଲ ହେଲା ଟ୍ରେନ

October 6, 2026

‘ଏସ୍ଏମ୍ଇ ଗ୍ରୋଥ୍ ଫଣ୍ଡ’ ଗଠନ ପାଇଁ ୧୦,୦୦୦ କୋଟି ନିବେଶକୁ କ୍ୟାବିନେଟ୍‌ର ମଞ୍ଜୁରୀ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.