Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଆଜିର ଖବର

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

October 7, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ଵର: ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଡିଜିପି ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଛି।

ବୈଠକରେ ଆସନ୍ତା ୧୫ ତାରିଖରେ ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନ, ପର୍ବପର୍ବାଣୀ ସମୟରେ ଆଇନଶୃଙ୍ଖଳା, ମହିଳା ସୁରକ୍ଷା, ସାଇବର ଅପରାଧ, ଅପରାଧ ନିୟନ୍ତ୍ରଣ ଏବଂ ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସମେତ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଡିଜିପି ବିସ୍ତୃତ ସମୀକ୍ଷା କରିଥିଲେ।

ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ ଡିଜିପି କହିଥିଲେ ଯେ, ଛାତ୍ରଛାତ୍ରୀମାନେ ଏକ ସମ୍ବେଦନଶୀଳ ସମ୍ପ୍ରଦାୟ ହୋଇଥିବାରୁ ସେମାନଙ୍କ ସହ ପୋଲିସର ନିୟମିତ ଓ ବ୍ୟକ୍ତିଗତ ଯୋଗାଯୋଗ ରହିବା ଆବଶ୍ୟକ। ଥାନା ଭାରପ୍ରାପ୍ତ ଅଧିକାରୀ ଓ ଏସ୍‌ଡିପିଓମାନେ ଛାତ୍ର ନେତାମାନଙ୍କ ସହ ବୈଠକ କରି ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସମନ୍ୱୟ ରଖିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

କଲେଜ ପରିସରକୁ ଅଣଛାତ୍ର ଓ ଅସାମାଜିକ ବ୍ୟକ୍ତିଙ୍କ ପ୍ରବେଶ ରୋକିବା, ଛାତ୍ରାବାସ ଓ ମେସ୍‌ଗୁଡ଼ିକ ଉପରେ ନଜର ରଖିବା ଏବଂ ଛାତ୍ରଛାତ୍ରୀଙ୍କ ସହ ନିୟମିତ ସମ୍ପର୍କ ରଖିବାକୁ ସେ କହିଥିଲେ। ହିଂସାର ଆଶଙ୍କା ନଥିଲେ ଅନାବଶ୍ୟକ ଭାବେ ପୋଲିସ ବଳ ମୁତୟନ ନକରିବାକୁ ମଧ୍ୟ ଡିଜିପି ପରାମର୍ଶ ଦେଇଥିଲେ। ଏହା ବ୍ୟତୀତ ଛାତ୍ରଛାତ୍ରୀଙ୍କ ଭୋଜିଭାତ ଓ ଅନ୍ୟାନ୍ୟ ଆୟୋଜନ ଉପରେ ମଧ୍ୟ ନଜର ରଖିବାକୁ ସେ କହିଥିଲେ।

ନିର୍ବାଚନ ସମୟରେ ସମନ୍ୱୟ ବଜାୟ ରଖିବା ପାଇଁ ଜିଲ୍ଲାପାଳ, ଏସ୍‌ପି, ଉପଜିଲ୍ଲାପାଳ ଓ କଲେଜ ଅଧ୍ୟକ୍ଷଙ୍କ ମଧ୍ୟରେ ବୈଠକ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ। ନିର୍ବାଚନ ଫଳାଫଳ ପରେ ହିଂସାର ସମ୍ଭାବନା ଥିବାରୁ ସେ ସମୟରେ ବିଶେଷ ସତର୍କତା ଅବଲମ୍ବନ କରିବାକୁ ମଧ୍ୟ କହିଥିଲେ।

ସେହିପରି ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ସାଇବର ପୋଲିସ ଷ୍ଟେସନଗୁଡ଼ିକର କାର୍ଯ୍ୟକଳାପକୁ ଆହୁରି ସୁଦୃଢ଼ କରିବା ଏବଂ ମାମଲାର ତଦନ୍ତ ଓ ଆଇନଗତ ପଦକ୍ଷେପକୁ ଅଧିକ ଫଳପ୍ରଦ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ।

ଏତଦବ୍ୟତୀତ ମହିଳା ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ସମ୍ବେଦନଶୀଳ ମାମଲାଗୁଡ଼ିକର ତ୍ୱରିତ, ନିରପେକ୍ଷ ଓ ଫଳପ୍ରଦ ତଦନ୍ତ ସୁନିଶ୍ଚିତ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ନିକଟରେ ଭୁବନେଶ୍ୱରରେ ଘଟିଥିବା ଯୁବତୀଙ୍କ ବିରୋଧରେ ଅପରାଧିକ ଘଟଣାକୁ ଗମ୍ଭୀରତାର ସହ ନେଇ ରାଜ୍ୟସାରା ମହିଳା ସୁରକ୍ଷା ବ୍ୟବସ୍ଥା ଉପରେ କଡ଼ା ନଜର ରଖିବା ଏବଂ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ ଆଇନଗତ ପଦକ୍ଷେପ ନେବାକୁ ସେ କହିଥିଲେ।

ଅପରାଧ ନିୟନ୍ତ୍ରଣ ଦିଗରେ ଅଭ୍ୟାସଗତ ଓ ସଂଗଠିତ ଅପରାଧୀଙ୍କ ବିରୋଧରେ କଡ଼ା ପଦକ୍ଷେପ, NDPS ଆଇନର କାର୍ଯ୍ୟାନୁଷ୍ଠାନ ସମେତ ବେଆଇନ କାର୍ଯ୍ୟକଳାପ ବିରୋଧରେ ନିୟମିତ ଚଢ଼ାଉ ଓ ଯାଞ୍ଚ ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ।

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’କୁ ଆହୁରି ସଶକ୍ତ କରିବା ସହ ନିଶାଦ୍ରବ୍ୟର ଚୋରାଚାଲାଣ ଓ ଅପରାଧିକ ନେଟୱର୍କ ବିରୋଧରେ କଠୋର ପଦକ୍ଷେପ ନେବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। NDPS ଆଇନ ଅଧୀନରେ ବେଆଇନ ଗଞ୍ଜେଇ ଚାଷ ନଷ୍ଟ ପାଇଁ ମଧ୍ୟ ଉପଯୁକ୍ତ ପଦକ୍ଷେପ ନେବାକୁ ସେ କହିଥିଲେ।

ଏଥିସହିତ ନୂତନ ଅପରାଧ ଆଇନର ସଫଳ କାର୍ଯ୍ୟକାରିତା ଓ ପୋଲିସ ଭିତ୍ତିଭୂମିର ବିକାଶ ଉପରେ ମଧ୍ୟ ଡିଜିପି ଗୁରୁତ୍ୱାରୋପ କରିଥିଲେ।

ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଲୱେ ଏବଂ ଉପକୂଳ ସୁରକ୍ଷା) ଅରୁଣ ବୋଥ୍ରା, ପୋଲିସ କମିସନର (ଭୁବନେଶ୍ଵର-କଟକ) ଡଃ ଏସ ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ପ୍ରତୀକ ମହାନ୍ତି, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚ୍‌ଆର୍‌ପିସି) ୟତୀନ୍ଦ୍ର କୋଏଲ, ଆଇଜିପି (ଏସଟିଫ) ହିମାଂଶୁ ଲାଲ, ଆଇଜିପି (ଗୁଇନ୍ଦା) ସତ୍ୟବ୍ରତ ଭୋଇ, ନିର୍ଦ୍ଦେଶକ (ଏସସିଆରବି) ଅବିନାଶ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡଃ ସାର୍ଥକ ଷଡଙ୍ଗୀ, ଆଇଜିପି (ପ୍ରୋଭିଜନିଂ) ନୀତି ଶେଖର, ଆଇଜିପି (ଟ୍ରେନିଂ) ଅନୁପ ସାହୁ, ଡିଆଇଜିପି (ଏସ୍‌ଟିଏଫ୍) ଡଃ କନୱର ବିଶାଳ ସିଂ, ଡିଆଇଜିପି (ଏଚଆରପିସି) ରାଜେଶ ପଣ୍ଡିତ, ଡିଆଇଜିପି (କ୍ରାଇମବ୍ରାଞ୍ଚ) ମଡକର ସନ୍ଦୀପ ସମ୍ପଦ, ଡିଆଇଜିପି (ପର୍ସୋନେଲ) ଯୁଗଳ କିଶୋର କୁମାର ବନୋଥଙ୍କ ସମେତ ରାଜ୍ୟର ସମସ୍ତ ରେଞ୍ଜ ଆଇଜି/ଡିଆଇଜି ଏବଂ ସମସ୍ତ ଜିଲ୍ଲାର ଏସ୍‌ପିମାନେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗଦେଇଥିଲେ।

ଉଚ୍ଚସ୍ତରୀୟ ସମୀକ୍ଷା ଓଡିଶା ପୋଲିସ ଜିଲ୍ଲା ଏସ୍‌ପି ବିନୟତୋଷ ମିଶ୍ର ରେଞ୍ଜ ଆଇଜି
Share. Facebook Twitter LinkedIn Email WhatsApp Copy Link

Related Posts

ଆରମ୍ଭ ହୋଇଗଲା ପଞ୍ଚୁକ: ଜାଣନ୍ତୁ କଣ ରହିଛି ଏବଂ କିପରି ପାଳନ କରାଯାଇ ଥାଏ ଏହି ବ୍ରତ

November 20, 2026

ଇପିଏଫ୍ ସଦସ୍ୟଙ୍କ ପାଇଁ ପର୍ଯ୍ୟାୟକ୍ରମେ ପେନ୍‌ସନ୍ ଅର୍ଥ ଉଠାଣ ଯୋଜନାକୁ ସିବିଟିର ମଞ୍ଜୁରି

November 20, 2026

ଭୁବନେଶ୍ୱର ସ୍ଥିତ ଆଇସିଏଆର୍- ସିଆଇଡବ୍ଲୁଏ ଠାରେ ‘ପୂର୍ବାଞ୍ଚଳ ଆଞ୍ଚଳିକ କୃଷି ମେଳା ୨୦୨୬’ ଆରମ୍ଭ

November 20, 2026

ଆଜି ୨୦ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

November 20, 2026
Latest News

ବିଏସ୍‌-୬ ଗାଡ଼ି ପିୟୁସି ବୈଧତା ୩୬ ମାସକୁ ବୃଦ୍ଧି

November 20, 2026

ନିଶା ମୁକ୍ତ ଭାରତ ଅଭିଯାନର ସଫଳତା ପାଇଁ ସମଗ୍ର ରାଷ୍ଟ୍ର ଆଭିମୁଖ୍ୟ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

November 20, 2026

ଆରମ୍ଭ ହୋଇଗଲା ପଞ୍ଚୁକ: ଜାଣନ୍ତୁ କଣ ରହିଛି ଏବଂ କିପରି ପାଳନ କରାଯାଇ ଥାଏ ଏହି ବ୍ରତ

November 20, 2026

ଆତଙ୍କବାଦ ବିରୋଧୀ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ଗୃହମନ୍ତ୍ରୀ

November 20, 2026

ଇପିଏଫ୍ ସଦସ୍ୟଙ୍କ ପାଇଁ ପର୍ଯ୍ୟାୟକ୍ରମେ ପେନ୍‌ସନ୍ ଅର୍ଥ ଉଠାଣ ଯୋଜନାକୁ ସିବିଟିର ମଞ୍ଜୁରି

November 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.